Odisha Elections 2024

ଗୋପୀନାଥପୁର ରେଳଷ୍ଟେଶନ ପାଇଁ ୪୮.୩୬ କୋଟି ମଞ୍ଜୁର

ସଜନାଗଡ, ୧୭ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରିବାସୀଙ୍କ ବହୁ ଦିନର ସପ୍ନ ସାକାର ହେବlକୁ ଯାଉଛି l ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ଦୀର୍ଘବର୍ଷ ଧରି ଦାବି ହୋଇଆସୁଥିଲା। ନୀଳଗିରିରେ ଭିତ୍ତିଭୂମି ଥାଇ ମଧ୍ୟ ରେଳ ଚଳାଚଳ ହେଉ ନ ଥିବା କଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କଠାରେ ପ୍ରସ୍ତାବ ରଖିଥିଲେ। ଏମ୍‌ପି ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ନୀଳଗିରିରେ ନୂତନ ରେଳଷ୍ଟେଶନ ନିର୍ମାଣ କରାଯିବା ଉଦେଶ୍ୟରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗତ ଜାନୁୟାରୀ ୭ରେ ନୀଳଗିରି ନିକଟ ଗୋପୀନାଥପୁରଠାରେ ପହଞ୍ଚି ନୂତନ ଷ୍ଟେଶନର ଶିଳାନ୍ୟାସ କରିଥିଲେ। ଏହା ପରେ ଏବେ ରେଲଓ୍ବେ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଷ୍ଟେଶନ ନିର୍ମାଣ ନିମନ୍ତେ ୪୮.୩୬କୋଟି ଟଙ୍କା ମଞ୍ଜୁର କରାଯାଇଥିବା ଚିଠି ମାଧ୍ୟମରେ ଜଣାଯାଇଛି। ଉକ୍ତ ଟଙ୍କାରେ ଗୋପୀନାଥପୁରଠାରେ ନୂତନ ରେଳଷ୍ଟେଶନ ନିର୍ମାଣ ହେବା ସହ ସିଗନାଲ, ଟ୍ରାକ୍‌ ଫିଟ, ବିଦ୍ୟୁତୀକରଣରେ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ

ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର...

ଘୋଡ଼ା ଚଢ଼ି ନାମାଙ୍କନପତ୍ର ଦାଖଲ କରିବା ପ୍ରତାପ ଷଡଙ୍ଗୀଙ୍କୁ ପଡ଼ିଲା ମହଙ୍ଗା

ବାଲେଶ୍ୱର,୧୭।୫(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୧୪ତାରିଖ ଦିନ ଘୋଡା ଚଢି ନିଜର ନାମାଙ୍କନପତ୍ର ଦାଖଲ କରିବାକୁ ଜିଲାପାଳଙ୍କ...

ଚାରୁକୋଳି ମଞ୍ଜି ଦେଇଛି ରୋଜଗାର

ଜଳେଶ୍ୱର, ୧୬।୫(ନବୀନ ସାହୁ)ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଜଙ୍ଗଲ ଘେରା ରାଇବଣିଆ ଅଞ୍ଚଳରେ ଖରାଦିନେ ହେଉଥିବା ଚାରୁକୋଳି ଚାହିଦା ଅଧିକ ରହିଛି। ଏହି କୋଳି ଖଟାମିଠା...

ଓଡ଼ିଶାରେ ଓମ୍‌ ବିର୍ଲା : ଓଡ଼ିଶାବାସୀ ପରିବର୍ତ୍ତନ ଚାହୁଁଛନ୍ତି

ଭୁବନେଶ୍ୱର,୧୫।୫: ଲୋକସଭା ବାଚସ୍ପତି ତଥା ଭାଜପା ନେତା ଓମ ପ୍ରକାଶ ବିର୍ଲା ବୁଧବାର ବାଲେଶ୍ୱରରେ ପହଞ୍ଚିଛନ୍ତି। ଦଳୀୟ ସମାବେଶକୁ ସମ୍ବୋଧନ କରି ବାଚସ୍ପତି ଓମ ବିର୍ଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri