Posted inଖେଳ

୧୦୦୮ ରନ୍‌ର ଅଗ୍ରଣୀ ସହିତ କ୍ୱାର୍ଟରରେ ଝାଡ଼ଖଣ୍ଡ

କୋଲକାତା,୧୭।୩: ନାଗାଲାଣ୍ଡ ବିପକ୍ଷ ପ୍ରି କ୍ୱାର୍ଟର ଫାଇନାଲରେ ଝାଡ଼ଖଣ୍ଡ ୧୦୦୮ ରନ୍‌ର ଅଗ୍ରଣୀ ସହିତ ଚଳିତ ରଣଜୀ ଟ୍ରଫିର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଭାରତୀୟ ପ୍ରଥମ ଶ୍ରେଣୀ ଚାମ୍ପିୟନଶିପ୍‌ ଇତିହାସରେ ଏପର୍ଯ୍ୟନ୍ତ କୌଣସି ଦଳ ୧୦୦୦ରୁ ଊର୍ଦ୍ଧ ରନ୍‌ର ଅଗ୍ରଣୀ ହାସଲ କରି ନ ଥିଲେ।

ପ୍ରଥମେ ବ୍ୟାଟିଂ କରିଥିବା ଝାଡ଼ଖଣ୍ଡ ୮୮୦ ରନ୍‌ର ବିଶାଳ ସ୍କୋର ଛିଡ଼ା କରିଥିଲା। ଏହା ରଣଜୀ ଇତିହାସର ଚତୁର୍ଥ ସର୍ବାଧିକ ଦଳଗତ ସ୍କୋର। ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡରେ ନାଗାଲାଣ୍ଡର ବୋଲରଙ୍କୁ ଝାଡ଼ଖଣ୍ଡର କୌଣସି ବ୍ୟାଟର କ୍ଷମା ଦେଇ ନ ଥିଲେ। ଏପରି କି ବୋଲିଂ କରିଥିବା ୭ ବୋଲରଙ୍କ ମଧ୍ୟରୁ ୫ ଜଣ ୧୦୦ରୁ ଅଧିକ ରନ୍‌ ଖର୍ଚ୍ଚ କରିଥିଲେ। ଜବାବରେ ୨୮୯ ରନ୍‌ରେ ସୀମିତ ରହିଥିଲା ନାଗାଲାଣ୍ଡ। ୫୯୧ ରନରେ ଆଗୁଆ ରହିବା ସତ୍ତ୍ୱେ ନାଗାଲାଣ୍ଡକୁ ଫଲୋଅନ୍‌ ଦେଇ ନ ଥିଲା ଝାଡ଼ଖଣ୍ଡ। ୫ମ ଦିନ ଶେଷ ପର୍ଯ୍ୟନ୍ତ ଦ୍ୱିତୀୟ ଇନିଂସ ବ୍ୟାଟିଂ କରି ଝାଡ଼ଖଣ୍ଡ ୬ ଉଇକେଟ କ୍ଷତିରେ ୪୧୭ ରନ୍‌ କରିଥିଲା। ଏହି ମ୍ୟାଚ୍‌ରେ ଝାଡ଼ଖଣ୍ଡ ୫ ଦିନ ଧରି ପ୍ରତିପକ୍ଷ ଦଳକୁ ଅପମାନ ଦେଇ ‘ସ୍ପିରିଟ୍‌ ଅଫ୍‌ କ୍ରିକେଟ’ର ମଜାକ ଉଡ଼ାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri