ଆନ୍ଧ୍ର ସହ ରହିବାକୁ ୩ ସରପଞ୍ଚ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ, ୨୧ରେ ଶୁଣାଣି

ପଟ୍ଟାଙ୍ଗୀ,୧୮ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ କୌଣସି ସମାଧାନର ବାଟ ଏଯାଏ ବାହାରିପାରିନାହିଁ। ଏଭଳି ସ୍ଥିତିରେ ଆନ୍ଧ୍ର ସହ ରହିବାକୁ ଫାଟୁସିନେରି ସରପଞ୍ଚ କୁନେଟି କୁସଆମାଁଙ୍କ ସହ ଆନ୍ଧ୍ରର ଅନ୍ୟ ଦୁଇ ପଞ୍ଚାୟତ ସାରିକା ଓ କୁରୁକୁଟିର ସରପଞ୍ଚ ଆଇନଜୀବୀ ରେଗୁ ମହେଶ୍ବର ରାଓଙ୍କ ମାଧ୍ୟମରେ ଗତ ଫେବୃୟାରୀ ୧୫ ତାରିଖରେ ସୁପ୍ରିମକୋର୍ଟରେ ଏକ ମିସ୍‌କେସ୍‌କେସ୍‌ (ନଂ ଡବ୍ଲ୍ୟୁପି(ସି)ନଂ. ୧୧୩/୨୦୨୨) ଦାଖଲ କରିଛନ୍ତି। ଉକ୍ତ ମାମଲାର ଶୁଣାଣି ଆସନ୍ତା ୨୧ ତାରିଖକୁ ଧାର୍ଯ୍ୟ ହୋଇଛି, ଯାହାକି ଓଡ଼ିଶା ପାଇଁ ଚିନ୍ତାଜନକ ସ୍ଥିତି ସୃଷ୍ଟି କରିଛି। କୋଟିଆ ପଞ୍ଚାୟତର ତିନି ଗ୍ରାମ ଗଞ୍ଜେଇ ପଦର, ଫଗୁଣସିନେରି ଓ ଫାଟୁସିନେରିରେ ଆନ୍ଧ୍ର ସରକାର ସରପଞ୍ଚ ନିର୍ବାଚିତ କରିଛନ୍ତି। ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଉପରୋକ୍ତ ସରପଞ୍ଚମାନେ ତାଙ୍କ ଆବେଦନରେ ଦର୍ଶାଇଛନ୍ତି ଯେ, ସେମାନଙ୍କ ସହ ୨୧ ଖଣ୍ଡ ଗ୍ରାମବାସୀ ଆନ୍ଧ୍ର ରାଜ୍ୟର ସମସ୍ତ ସରକାରୀ ଯୋଜନାରୁ ସୁବିଧା ପାଉଛନ୍ତି। ତେଣୁ ସେମାନଙ୍କୁ ଆନ୍ଧ୍ର ରାଜ୍ୟ ସହ ରହିବାକୁ ଅନୁମତି ମିଳୁ। ସୂଚନାଯୋଗ୍ୟ ସାରିକା ଓ କୁରୁକୁଟି ପଞ୍ଚାୟତର କେତେକ ଗ୍ରାମ ଓଡ଼ିଶାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଚାଷ ପ୍ରତି ଆଗ୍ରହ ବଢୁଛି: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri