ସହରାଞ୍ଚଳ ନିର୍ବାଚନ ପାଇଁ ପ୍ରଶାସନର ପ୍ରସ୍ତୁତି

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାର ସହରାଞ୍ଚଳ ନିର୍ବାଚନର ସୁପରିଚାଳନା ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି। ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ଓସ୍ବାନ ହଲ୍‌ଠାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତାକରି ଜଣାଇଥିଲେ ଯେ, ଆସନ୍ତା ୨୪ ତାରିଖରେ ଜିଲାର ସମସ୍ତ ସହରାଞ୍ଚଳରେ ନିର୍ବାଚନର ସମସ୍ତ କାର୍ଯ୍ୟ ଶାନ୍ତିଶୃଙ୍ଖଳାରେ ହେବ। ସମସ୍ତ ବୁଥ୍‌ରେ ପିଇବା ପାଣି ବ୍ୟବସ୍ଥା କରାଯାଇଛି। ଦିବ୍ୟାଙ୍ଗ ଭୋଟରମାନଙ୍କ ନିମନ୍ତେ ହ୍ବିଇଲ ଚେୟାର ବ୍ୟବସ୍ଥା କରାଯାଇଛି । ସମସ୍ତ ପୋଲିଂ ଟିମ୍‌ ୨୩ ତାରିଖ ସନ୍ଧ୍ୟା ସୁଦ୍ଧା ନିଜ ନିଜ ବୁଥ୍‌ରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜନୈତିକ ଦଳଗୁଡ଼ିକ ୨୨ ତାରିଖ ସନ୍ଧ୍ୟା ୫ଟା ପରେ କୌଣସି ପ୍ରଚାର କରିବେ ନାହିଁ। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାବଳୀ ମାନିବେ। ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ଦିଗରେ ଜିଲାର ସମସ୍ତ କର୍ମଚାରୀ ଗୋଟିଏ ଟିମ୍‌ ଭାବେ କାର୍ଯ୍ୟ ସମ୍ପାଦନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ । ବୈଠକରେ ଅତିରିକ୍ତ ଜିଲାପାଳ (ସାଧାରଣ) ଲୀନା କୁମାରୀ ଖେସ, ବ୍ରହ୍ମପୁର ଉପଜିଲାପାଳ ଭି.କୀର୍ତ୍ତି ଭାସନ, ଛତ୍ରପୁର ଉପଜିଲାପାଳ ନୀଳମାଧବ ଭୋଇ, ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ବିଡିଏ ସେକ୍ରେଟାରି ସମ୍ବିତ କୁମାର ରାଉତ, ସମସ୍ତ ତହସିଲଦାର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ, କାର୍ଯ୍ୟନିର୍ବାହୀ ଅଧିକାରୀ, ପୌର ନିର୍ବାହୀଗଣଙ୍କ ସମେତ ଜିଲାର ବିଭିନ୍ନ ବିଭାଗର ଅଧିକାରୀ ଓ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri