ଶ୍ରୀମନ୍ଦିର ନାଟମଣ୍ଡପରେ ଫାଟ

ପୁରୀ ଅଫିସ,୨୨।୩:ଶ୍ରୀମନ୍ଦିର ନାଟମଣ୍ଡପରେ ଫାଟ ହୋଇଛି। ସୋମବାର ନାଟମଣ୍ଡପ କାନ୍ଥରେ ୪ଟି ଫାଟ ଦେଖିବାକୁ ମିଳିଛି। ଏଥିମଧ୍ୟରେ ୩ଟି ଛୋଟ ଓ ଗୋଟିଏ ବଡ଼ ଫାଟ ରହିଛି। ବଡ଼ଫାଟର ଲମ୍ବ ୨ଫୁଟ୍‌ରୁ ଅଢ଼େଇ ଫୁଟ୍‌ ହୋଇଥିବାବେଳେ ଓସାର ୧ଫୁଟ୍‌ରୁ ଅଧିକ ରହିଛି। ରଥଯାତ୍ରା ସମୟରେ ନାଟମଣ୍ଡପ ମରାମତି କରାଯାଇଥିଲା। କ୍ଲାମ୍ପ ଯୋଗେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଦ୍ୱାରା ମରାମତି କାର୍ଯ୍ୟ ହୋଇଥିଲା। ମାତ୍ର କ୍ଲାମ୍ପ ଚାପରେ ଏବେ ପୁଣି ଫାଟ ସୃଷ୍ଟି ହୋଇଥିବା ଅନୁମାନ କରାଯାଉଛି। କ୍ରମଶଃ ଫାଟ ବଢ଼ିବା ଆଶଙ୍କା ଦେଖାଦେଇଛି। ଏଭଳି ସ୍ଥିତିରେ ଏହାକୁ ତୁରନ୍ତ ମରାମତି କରାଯିବା ଉଚିତ ବୋଲି ଜଗନ୍ନାଥପ୍ରେମୀ ମତ ଦେଇଛନ୍ତି।
ଜଣେ ସେବାୟତଙ୍କ କହିବା ଅନୁଯାୟୀ, ଅନେକ ସ୍ଥାନରେ ଫାଟ ହୋଇଛି। ଜଗମୋହନ ସମେତ ନାଟମଣ୍ଡପର ମଧ୍ୟ ମରାମତି ଆବଶ୍ୟକ। ଏଏସ୍‌ଆଇ ଏବଂ ଶ୍ରୀମନ୍ଦିର ପ୍ରଶାସନ ଏନେଇ ତତ୍ପରତା ଦେଖାଉନାହାନ୍ତି। ସେହିପରି ଆଇନଜୀବୀ ଶରତ କୁମାର ରାୟଗୁରୁ କହିଛନ୍ତି, ଗୋଟିଏ ପଟେ ୮ଶହ ବର୍ଷର ପୁରୁଣା ମନ୍ଦିର ଭିତ୍ତିଭୂମିରେ ଫାଟ ଦେଖାଯାଉଥିବାବେଳେ ପ୍ରଶାସନ ମରାମତି ଲାଗି ପଦକ୍ଷେପ ନେବା ପରିବର୍ତ୍ତେ ପରିକ୍ରମା ପ୍ରକଳ୍ପ ନାମରେ ଖନନ କରିବାରେ ବ୍ୟସ୍ତ ରହିଛି। ବଡ଼ଧରଣର ଖନନ କାର୍ଯ୍ୟ କରାଯାଉଛି, ଯାହା ଆଗାମୀ ଦିନରେ ଶ୍ରୀମନ୍ଦିରର ଅନ୍ୟ ଭିତ୍ତିଭୂମିକୁ ପ୍ରଭାବିତ କରିବ ବୋଲି ଆଶଙ୍କା ସୃଷ୍ଟି ହେଲାଣି। ନାଟମଣ୍ଡପ ଫାଟ ସ୍ପଷ୍ଟ ଭାବେ ଦିଶୁଥିଲେ ମଧ୍ୟ ଏଥିପ୍ରତି କାହାରି ଧ୍ୟାନ ନାହିଁ। ତେଣୁ ପ୍ରଶାସନ ଶ୍ରୀମନ୍ଦିର ସୁରକ୍ଷାକୁ ଗୁରୁତ୍ୱର ସହ ନେଉଥିବା ମନେ ହେଉନାହିଁ। ଫାଟ ମରାମତି ଦିଗରେ ପ୍ରଶାସନ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ସ୍ଥିତି ଆହୁରି ଖରାପ ହେବ ବୋଲି ରାୟଗୁରୁ କହିଛନ୍ତି। ସୂଚନା ଅଧିକାର କର୍ମୀ ଦିଲୀପ କୁମାର ବରାଳ କହିଛନ୍ତି, ଶ୍ରୀମନ୍ଦିର ୮ଶହ ବର୍ଷର ପୁରୁଣା ମନ୍ଦିର ହୋଇଥିବାରୁ ଭିତ୍ତିଭୂମି ସାମାନ୍ୟ ଦୁର୍ବଳ ହେବାରେ ଲାଗିଛି। ନାଟମଣ୍ଡପ, ଜଗମୋହନ ଓ ଶ୍ରୀମନ୍ଦିର ଭିତରଭଣ୍ଡାର ସ୍ଥିତି ଦୁର୍ବଳ ଥିବାବେଳେ ମନ୍ଦିରର ବିଭିନ୍ନ ସ୍ଥାନରେ ଫାଟ ଦେଖିବାକୁ ମିଳିଲାଣି। ରାଜ୍ୟ ସରକାର ଶ୍ରୀମନ୍ଦିର ସୁରକ୍ଷାକୁ ପ୍ରାଥମିକତା ଦେଇ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ କରିବା ଦରକାର। ଅନ୍ୟପକ୍ଷରେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri