ଅନୁଗୋଳ ଅଫିସ,୨୨ ।୩ ଅନୁଗୋଳରେ ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସୋମବାର ଜିଲା କାର୍ଯ୍ୟାଳୟ କୋର୍ଟ ରୁମ୍ଠାରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଗତ ୨ ବର୍ଷ ଧରି କରୋନା ସଂକ୍ରମଣର କଟକଣା ବଳବତ୍ତର ରହିଥିବାରୁ ଏହି ଦିବସକୁ ନିରାଡମ୍ବର ଭାବରେ ପାଳନ କରାଯାଇଥିଲା। ଚଳିତ ବର୍ଷ ଏହି କଟକଣା କୋହଳ ଥିବାରୁ ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସକୁ ସରସ ସୁନ୍ଦର ଭାବେ ପାଳନ କରାଯିବ। ଏଥିପାଇଁ ଜାତୀୟ ଦିବସ ପାଳନ କମିଟିର ସମସ୍ତ ସଦସ୍ୟାସଦସ୍ୟ ଆନ୍ତରିକତାର ସହ ସହଯୋଗ କରିବାକୁ ଅତିରିକ୍ତ ଜିଲାପାଳ ଆହ୍ବାନ କରିଥିଲେ। ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ଗୋଟିଏ ଦିନରେ ପଡୁଥିବାରୁ ବିଭିନ୍ନ କୋଠାବାଡ଼ିକୁ ଆଲୋକମାଳାରେ ସାଜସଜ୍ଜା କରାଯିବ। ପ୍ରତ୍ୟୁଷରୁ ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇ ସହର ପରିକ୍ରମା କରାଯିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରୀଛାତ୍ରମାନଙ୍କ ଦ୍ବାରା ପ୍ରଭାତ ଫେରୀ କରାଯିବ। ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟ ସରକାରଙ୍କ ଦ୍ବାରା ସ୍ଥିରୀକୃତ ଅତିଥି ଓ ଜିଲାପାଳଙ୍କ ଦ୍ବାରା ମାଲ୍ୟାର୍ପଣ କରାଯିବ। ଜିଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ସଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।
ପ୍ରାରମ୍ଭରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦୁଃଖବନ୍ଧୁ ମାଝି ଗତବର୍ଷର ବିବରଣୀ ପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରା, ସ୍ବେଚ୍ଛାସେବୀ, ଶିକ୍ଷାନୁଷ୍ଠାନର ଶିକ୍ଷୟିତ୍ରୀଶିକ୍ଷକମାନେ ଉପସ୍ଥିତ ଥିଲେ।
ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...
୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…
କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା...
ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…
ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...
ଯାଜପୁର ଏମ୍ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...
ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...
BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’
ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍ର ପ୍ରଥମ ‘ପଥ ଉତ୍ସବ’...
ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...
Archives


