୨୦୨୨ ସୁଦ୍ଧା ୨୧୨ ପଞ୍ଚାୟତରେ ପାର୍କ

ଢେଙ୍କାନାଳ ଅଫିସ, ୨୨ ।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ଓ୍ବାନ୍‌ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ଏବଂ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। କୋଭିଡ୍‌ ଆଶଙ୍କା ସମ୍ପୂର୍ଣ୍ଣ ଦୂର ହୋଇନାହିଁ। ତେଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବା ସହିତ ମାର୍ଗଦର୍ଶିକା ପାଳନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପ୍ରତି ବ୍ଲକରେ ଷ୍ଟାଡିୟମ୍‌ ଓ ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରକ୍ରିୟା ତ୍ୱରାନ୍ବିତ କରିବା ସହ ୨୦୨୨ ଶେଷ ସୁଦ୍ଧା ଜିଲାର ସମସ୍ତ ୨୧୨ ପଞ୍ଚାୟତରେ ଗ୍ରାମ୍ୟ ପାର୍କ ନିର୍ମାଣ କାର୍ଯ୍ୟ ସାରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଡ୍ରପ୍‌ ଆଉଟ୍‌ ପିଲାଙ୍କୁ ଚିହ୍ନଟ କରି ବିଦ୍ୟାଳୟ ମୁହଁା କରାଇବା, ଉପାନ୍ତ ଅଞ୍ଚଳରେ ସାକ୍ଷରତା ହାର ବଢ଼ାଇବା, ସ୍କୁଲକୁ ଆପ୍ରୋଚ ରୋଡ୍‌ ନିର୍ମାଣ, ଅଙ୍ଗନୱାଡି କେନ୍ଦ୍ରରେ ପୁଷ୍ଟିସାଧନ କାର୍ଯ୍ୟକ୍ରମ ତ୍ୱରାନ୍ବିତ କରିବା, ମାର୍ଚ୍ଚ ଶେଷ ସୁଦ୍ଧା ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ସାରିବା, ସରକାରୀ ଶିକ୍ଷାନୁଷ୍ଠାନର ନିଜସ୍ବ ଜମିପଟ୍ଟା, ଲୋକଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲାଗି ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଲଘୁଖଣିଜ ଉତ୍ସଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା, ଚୋରା ଚାଲାଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରାମ୍ୟ ପୋଖରୀ, ରାସ୍ତାର ଉନ୍ନତୀକରଣ, ରାଜସ୍ବ ଆଦାୟ ବୃଦ୍ଧି ପାଇଁ ଯତ୍ନବାନ ହେବାକୁ ଜିଲାପାଳ କହିଛନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ଆବାସ ଯୋଜନାରେ ଲକ୍ଷ୍ୟଧାର୍ଯ୍ୟ ପୂରଣ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ ସମସ୍ତ ବ୍ଲକର ବିଡିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସ ସୁଦ୍ଧା ୧୨ରୁ ୧୪ବର୍ଷର ୪୩ ହଜାର ଛାତ୍ରୀଛାତ୍ରଙ୍କ ଟିକାକରଣ କରାଯିବ ବୋଲି ସିଡିଏମ୍‌ଓ ଡା. ଅଶୋକ କୁମାର ଦାସ ସୂଚନା ଦେଇଛନ୍ତି। ବୈଠକରେ ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଆପତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର, ଶିକ୍ଷାଧିକାରୀ ନିବେଦିତା ପାଣି, ଓସ୍‌ଡମା ଡିପିଓ ନିମାଇଁ ଚରଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri