Posted inଜାତୀୟ

ସ୍ବାଧୀନତା ସଂଗ୍ରାମୀ ଭଗତ ସିଂଙ୍କ ନାମରେ ନାମିତ ହେବ ଦିଲ୍ଲୀର ସୈନିକ ସ୍କୁଲ୍‌

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦିଲ୍ଲୀରେ ପ୍ରସ୍ତାବିତ ସୈନିକ ସ୍କୁଲ୍‌ର ନାମ ଶହିଦ ଭଗତ ସିଂଙ୍କ ନାମରେ ରଖିବାକୁ ମଙ୍ଗଳବାର ଘୋଷଣା କରିଛନ୍ତି। ଝରୋଡା କାଲାରେ ୧୪ ଏକ ପରିମିତ ସ୍ଥାନରେ ହେବାକୁ ଥିବା ଏହି ସ୍କୁଲ୍‌ରେ ହଷ୍ଟେଲ ସୁବିଧା ମଧ୍ୟ ରହିବ । ଯେଉଁଠାରେ ସମସ୍ତ ଶିକ୍ଷା ମାଗଣାରେ ଦିଆଯିବ ଏବଂ ସ୍କୁଲର ସମସ୍ତ ଖର୍ଚ୍ଚ ଦିଲ୍ଲୀ ସରକାର ବହନ କରିବେ ।

କେଜ୍‌ରିଓ୍ବାଲ କହିଛନ୍ତି, ସ୍ବାଧୀନତା ସଂଗ୍ରାମୀ ଭଗତ ସିଂ ୨୩ ମାର୍ଚ୍ଚରେ ସହିଦ ହୋଇଥିଲେ। ରାଜଧାନୀରେ ଏମିତି ଏକ ସ୍କୁଲ ତିଆରି କରିବୁ ଯେଉଁଠି ସୈନିକ, ଏନଡିଏ ଏବଂ ଅନ୍ୟ ସଶସ୍ତ୍ର ସୁରକ୍ଷା ବଳ ପାଇଁ ଛାତ୍ର ମାନଙ୍କୁ ତିଆରି କରାଯିବ ବୋଲି ଡିସେମ୍ବର ୨୦୨୦ରେ ଘୋଷଣା କରାଯାଇଥିଲା। ସ୍କୁଲ୍‌ରେ ଛାତ୍ରମାନେ ନବମ ଏବଂ ଏକାଦଶ ଆଡମିଶନ ନେଇ ପାରିବେ । ଆଉ ପତ୍ୟେକ ଶ୍ରେଣୀ ପାଇଁ ୨୦୦ ସିଟ ରହିବ। ୨୦୦ ସିଟ ପାଇଁ ୧୮ ହଜାର ଆବେଦନ ଆସି ସାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri