ଦୋଳ ପାଇଁ ଉତ୍ସବମୁଖର ଗୁନେଇବିଲି

ଢେଙ୍କାନାଳ ଅଫିସ, ୨୩।୩ – ଦୋଳ ମହୋତ୍ସବକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକର ଗୁନେଇବିଲି ପଞ୍ଚାୟତର ୧୦୦ ବର୍ଷ ପୁରୁଣା ଏହି ମହୋତ୍ସବରେ ୧୧ ଗ୍ରାମ ସାମିଲ ହୋଇଥିବାବେଳେ ସମଗ୍ର ଅଞ୍ଚଳରେ ସୃଷ୍ଟି ହୋଇଛି ଭକ୍ତିଭାବମୟ ପରିବେଶ।
କୋଭିଡ୍‌ କଟକଣା ପାଇଁ ୨ବର୍ଷ ହେଲା ଏହି ପ୍ରାଚୀନ ଦୋଳ ଉତ୍ସବ ବନ୍ଦ ଥିଲା। ଚଳିତବର୍ଷ କରୋନା ନିୟନ୍ତ୍ରଣରେ ଥିବାରୁ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଆଡମ୍ବର ସହକାରେ ପାଳନ କରାଯାଉଛି। ଏଥିରେ ଗୁନେଇବିଲି ପଞ୍ଚାୟତର ଗୋଡାସ, ବୋଲୁଅ, ବୃନ୍ଦାବନପୁର, ବୁଢୀବିଲି, ଭଏରପୁର, ରଗଡ଼ିପଡ଼ା, ରାଙ୍କିଆ, କଣ୍ଟାଝରିଆ, ବାଲିପଡ଼ା, ଟାଙ୍ଗର, ମହାବୀରନଗର ଗ୍ରାମର ରାଧାକୃଷ୍ଣଙ୍କ ବିମାନ ସାମିଲ ହୋଇଛନ୍ତି। ନିୟମ ଅନୁଯାୟୀ ଦୋଳପୂର୍ଣ୍ଣିମାଠାରୁ ପ୍ରତ୍ୟେକ ଦିନ ଗୋଟିଏ ଗ୍ରାମରେ ମେଳଣ ଅନୁଷ୍ଠିତ ହେଉଛି। ଗତ ଶନିବାର ବୃନ୍ଦାବନପୁରରେ ମେଳଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଉପଲକ୍ଷେ ରାଧାକୃଷ୍ଣଙ୍କ ଯୁଗଳ ପ୍ରତିମାକୁ ସୁସଜ୍ଜିତ ବିମାନରେ ବସାଇ ନଗର ପରିକ୍ରମା କରାଯାଇଥିଲା। ଉଜ୍ଜ୍ୱଳ ଆଲୋକ, ଫଗୁଖେଳ, ଲଉଡ଼ିବାଡ଼ି ଖେଳ, କୀର୍ତ୍ତନ, ସିଙ୍ଗବାଜାରେ ମେଳଣ ପଡ଼ିଆ ଉତ୍ସବମୁଖର ହୋଇଉଠିଥିଲା। କାର୍ଯ୍ୟକ୍ରମକୁ ୧୧ ମଣ୍ଡଳର ସଭାପତି ଯାଦବାନନ୍ଦ ପାଳ, ସମ୍ପାଦକ ଅଲେଖ ପ୍ରସାଦ ସ୍ବାଇଁ, ଉପଦେଷ୍ଟା ନୃସିଂହ ଚରଣ ବେହେରା, ସଭାପତି ବିଦ୍ୟାଧର ନାୟକ, ସମ୍ପାଦକ ଦୁଃଖବନ୍ଧୁ ବେହେରା, ପ୍ରାଣବନ୍ଧୁ ବେହେରା, ନିତ୍ୟାନନ୍ଦ ବେହେରା, ପ୍ରହଲ୍ଲାଦ ବେହେରା, ବିଦ୍ୟାଧର ସ୍ବାଇଁ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri