ପ୍ରଚାର ଶେଷ, ଭୋଟରଙ୍କ ହାତରେ ପ୍ରାର୍ଥୀଙ୍କ ଭାଗ୍ୟ

ରାୟଗଡ଼ା ଅଫିସ, ୨୩।୩ – ପ୍ରାର୍ଥୀଙ୍କ ପ୍ରଚାରରେ କମ୍ପିଲା ରାୟଗଡ଼ା ସହରର ବିଭିନ୍ନ ସାହିବସ୍ତି। ପ୍ରମୁଖ ଦଳୀୟ ପ୍ରାର୍ଥୀ ପ୍ରଚାର ରଣାଙ୍ଗନରେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଆପ୍ରାଣ ଉଦ୍ୟମ କରୁଛନ୍ତି। କଂଗ୍ରେସ, ଭାଜପା ଓ ବିଜେଡିର ହେଭିୱେଟ୍‌ ନେତା ନିର୍ବାଚନୀ ପ୍ରଚାରରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିଥିଲେ। ରାଜ୍ୟ ସଭା ସଦସ୍ୟ ଏନ୍‌. ଭାସ୍କର ରାଓ ବିଜେଡିର ପ୍ରଚାର ମଙ୍ଗ ଧରିଥିଲେ। ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ସାହି ଗଳି ବୁଲି ଦଳର ପୌରାଧ୍ୟକ୍ଷ ଓ କାଉନ୍‌ସିଲର ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ସେ ଜନତାଙ୍କୁ ଅନୁରୋଧ କରିଥିଲେ। ରୋଡ୍‌ ଶୋ’ରେ ରାୟଗଡ଼ା ପୌରାଞ୍ଚଳର ସମସ୍ତ ୱାର୍ଡ ପରିକ୍ରମା କରି ପୌରାଧ୍ୟକ୍ଷ ପ୍ରାର୍ଥୀ ପି. ମହେଶ ପଟ୍ଟନାୟକଙ୍କୁ ଭୋଟ ଦେବା ପାଇଁ ସେ ଲୋକଙ୍କୁ ଅନୁରୋଧ କରିଥିଲେ। ସନ୍ଧ୍ୟା ୫ଟାରେ ପ୍ରଚାର ବନ୍ଦ ହୋଇଯାଇଛି। ଏହାପରେ ବିଭିନ୍ନ ଦଳର ନେତାମାନେ ନିଜ ପରିବାର ଓ ସମ୍ପର୍କୀୟଙ୍କ ସାହାଯ୍ୟରେ ଘରକୁ ଘର ବୁଲି ସମର୍ଥନ ହାସଲ କରିବାକୁ ଉଦ୍ୟମ କରୁଛନ୍ତି।
କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ସହରର ବିଭିନ୍ନ ସାହିବସ୍ତି ବୁଲି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହ ଦୁର୍ନୀତିମୁକ୍ତ ଓ ସ୍ବଚ୍ଛ ଶାସନ ପାଇଁ କଂଗ୍ରେସକୁ ଭୋଟ ଦେବାକୁ ସେ ଲୋକଙ୍କୁ ପ୍ରବର୍ତ୍ତାଇଥିଲେ। ରାୟଗଡା ପୌରାଞ୍ଚଳରେ କଂଗ୍ରେସ କ୍ଷମତାକୁ ଫେରିଲେ ସହରାଞ୍ଚଳବାସୀଙ୍କୁ ସ୍ମାର୍ଟ ସୁବିଧା ମିଳିବା ନେଇ ସେ ଆଶ୍ୱାସନା ଦେଇଥିଲେ। ସପ୍ତଗିରି ମଧ୍ୟ ଅନୁରୂପ ରୋଡ଼ଶୋ ଆୟୋଜନ କରି ପ୍ରତ୍ୟେକ ୱାର୍ଡ ବୁଲି ଲୋକଙ୍କୁ କଂଗ୍ରେସ ପୌରାଧ୍ୟକ୍ଷ ପ୍ରାର୍ଥୀ ଆପଲ ସ୍ବାମୀ କାଡ୍ରାକା ଓ କାଉନସିଲର ପ୍ରାର୍ଥୀମାନଙ୍କୁ ଭୋଟ ଦେବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି। ଗୁରୁବାର ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଭୋଟ ଗ୍ରହଣ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଛି। ରାୟଗଡ଼ା ପୌରାଞ୍ଚଳ ସମେତ ଗୁଣୁପୁର ପୌରପାଳିକା ଓ ଗୁଡାରୀ ବିଜ୍ଞପିତ ଅଞ୍ଚଳ ପରିଷଦରେ ଭୋଟ ଗ୍ରହଣ ହେବ। ଗୁରୁବାର ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଭୋଟ ଗ୍ରହଣ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଛି। ରାୟଗଡ଼ା ପୌରାଞ୍ଚଳ ସମେତ ଗୁଣପୁର ପୌରପାଳିକା ଓ ଗୁଡାରୀ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭୋଟ ଗ୍ରହଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri