ପିଲାଙ୍କୁ ଶିକ୍ଷା, ସଚେତନ କରାଇ ଶିଶୁମିତ୍ର ପଞ୍ଚାୟତ ଗଠନ ହେଉ

ନବରଙ୍ଗପୁର,୨୩।୩ (ବି.ପ୍ର.) – ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶାନୁଯାୟୀ ମଙ୍ଗଳବାର ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲାସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତୀକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଜିଲାପାଳ ଡ. କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲାର ପ୍ରତ୍ୟେକ ଶିଶୁଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହ ରୋକିବାକୁ ପ୍ରଶାସନ କାର୍ଯ୍ୟ କରୁଛି। ବିଭାଗଗୁଡ଼ିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲାର ସବୁ ଶିଶୁଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁରକୁ ବାଲ୍ୟବିବାହ ମୁକ୍ତ କରିବା ଦିଗରେ ଏହି ବୈଠକ ସହାୟକ ହେବ ବୋଲି ଜିଲାପାଳ କହିଛନ୍ତି।
କିଶୋରୀ କିଶୋରଙ୍କୁ ଶିକ୍ଷା ଓ ସଚେତନ କରାଇ ଶିଶୁମିତ୍ର ପଞ୍ଚାୟତ ଗଠନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ପଞ୍ଚାୟତସ୍ତରରେ ଏହାର ସଫଳ ରୂପାୟନ ନିମନ୍ତେ ସରପଞ୍ଚ, ୱାର୍ଡମେମ୍ବର ଓ ସମିତି ସଭ୍ୟଙ୍କର ପ୍ରମୁଖ ଭୂମିକା ରହିଛି ବୋଲି ଜିଲାପାଳ କହିଛନ୍ତି। ଚଳିତ ମାସରେ ଜିଲାରେ ୧୦ ବ୍ଲକ ଓ ୧୮୯ ପଞ୍ଚାୟତସ୍ତରରେ ଏପରି ସମନ୍ବୟ ବୈଠକ କରାଯାଇଛି ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ କହିଛନ୍ତି। ଜିଲାର ୩୫୦ ରାଜସ୍ବ ଗ୍ରାମ ଓ ୩୪୩ ପଡ଼ାଗ୍ରାମକୁ ବାଲ୍ୟବିବାହ ମୁକ୍ତ ଘୋଷଣା କରାଯାଇଛି ବୋଲି ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ବର୍ଣ୍ଣଲତା ବିଶ୍ବାସ କହିଛନ୍ତି। ସବୁ ଗ୍ରାମରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବା ସେ ସୂଚନା ଦେଇଛନ୍ତି। ଶିଶୁମାନଙ୍କ ସୁରକ୍ଷା ଓ ବାଲ୍ୟ ବିବାହର ସମାପ୍ତ ଉଦ୍ଦେଶ୍ୟରେ ଜିଲାରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟକ୍ରମ ଉପରେ ବୈଠକରେ ଆକ୍ସନଏଡ୍‌ର ଜିଲା ପରାମର୍ଶଦାତା ଫକିର ଚରଣ ରାଉତ ଉପସ୍ଥାପନା କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଡିଆର୍‌ଡିଏ ପିଡି ରତ୍ନାକର ସାହୁ, ଡିଇଓ ପ୍ରଦୀପ ନାଗ, ସିଡିଏମ୍‌ଓ କାଳି ପ୍ରସାଦ ବେହେରା, ଜିଲା ଶିଶୁମଙ୍ଗଳ ସମିତି ଅଧ୍ୟକ୍ଷ ଦିବାକର ବାହୁକ, ଡିଆଇପିଆର୍‌ଓ ହଳଧର ନିଆଲ, ସହାୟକ ସମାଜ କଲ୍ୟାଣ ଅଧିକାରୀ ନରହରି ସିଂ, ଜିଲା ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ, ଶ୍ରମ ନିରୀକ୍ଷକ ବୁଲୁ ଶ୍ରୀହରିଆ, ଜିଲା ମଙ୍ଗଳ ଅଧିକାରୀ ସ୍ମୃତିରଞ୍ଜନ ସାମନ୍ତରାୟ, ବାଲ୍ୟବିବାହ ନିଷେଧ ଅଧିକାରୀ ସୁନିତା ଦେବୀ ତ୍ରିପାଠୀ, ଏସ୍‌.ଏ. ଗୀତା, ଶୈଳେନ୍ଦ୍ରୀ ମହାନନ୍ଦ, ଯମୁନା ଭତ୍ରା, ଗୀତା ମହାରଣା, ଦୀପ୍ତିରାଣୀ ସିଂ, ଜିଲା ସମାଜ କଲ୍ୟାଣ ବିଭାଗର ସମସ୍ତ ସୁପରଭାଇଜର ଓ ଜିଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri