ଭାରୋତ୍ତୋଳନ ପ୍ରତିଯୋଗିତା: ମୁନାଙ୍କୁ ରୌପ୍ୟ

ବ୍ରହ୍ମପୁର ଅଫିସ,୨୪।୩: ଭାରତୀୟ ଭାରୋତ୍ତୋଳନ ସଂଘ ପକ୍ଷରୁ ମାର୍ଚ୍ଚ ୧୯ରୁ ୨୧ ପର୍ଯ୍ୟନ୍ତ ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟଠାରେ ଜାତୀୟସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଗଞ୍ଜାମ ଜିଲାର ମୁନା ନାୟକ ୬୧ କେଜି ବର୍ଗରେ ରୌପ୍ୟ ପଦକ ଅର୍ଜନ କରିଛନ୍ତି। ମୁନା ନିଜ ବର୍ଗରେ ବିଭିନ୍ନ ରାଜ୍ୟରୁ ଆସିଥିବା ୧୫ କ୍ରୀଡ଼ାବିତ୍‌ଙ୍କ ସହ ପ୍ରତିଯୋଗିତା କରିଥିଲେ। ସେ ୧୧୦ କେଜି ସ୍ନାଚ ଓ ୧୪୫ କେଜି କ୍ଲିନ ଜର୍କ କରିଥିଲେ। ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ନରସିଂହପୁର ଗ୍ରାମର ମୁନା ଯୋଗୀ ନାୟକଙ୍କ ପୁଅ। ଗରିବ ପରିବାରରୁ ଆସିଥିବା ମୁନା ଏଯାବତ କୌଣସି ସରକାରୀ ସହାୟତା ପାଇନାହାନ୍ତି। ସହାୟତା ମିଳିିଲେ ତାଙ୍କୁ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପୂର୍ବ ପ୍ରସ୍ତୁତିରେ ସହାୟକ ହୋଇପାରନ୍ତା ବୋଲି ତାଙ୍କ ପୂର୍ବତନ କୋଚ୍‌ ସୀତା ଜେନା କହିଛନ୍ତି। ମୁନା ୨୦୧୪-୧୫ରେ ବ୍ରହ୍ମପୁର ଷ୍ଟାଡିୟମ କ୍ରୀଡ଼ା ଛାତ୍ରାବାସରେ ରହି ସୀତାଙ୍କଠାରୁ ତାଲିମ ନେଉଥିଲେ। ପରେ ସେ ୨୦୧୬ରୁ ୬ ବର୍ଷ ହେବ ମହାରାଷ୍ଟ୍ରର ପୁଣେସ୍ଥିତ ଆର୍ମି ସ୍ପୋର୍ଟ ଏକାଡେମୀରେ ରହି ଭାରୋତ୍ତୋଳନ କ୍ଷେତ୍ରରେ ପ୍ରଶିକ୍ଷିତ ହେବା ସହ ବହୁବାର ଜାତୀୟ ଓ ଅନ୍ତର୍ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଛନ୍ତି। ଚଳିତ ବର୍ଷ ମେ’ ୨ରୁ ୧୦ ପର୍ଯ୍ୟନ୍ତ ଗ୍ରୀସ୍‌ଠାରେ ହେବାକୁ ଥିବା ବିଶ୍ୱସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତା ନିମନ୍ତେ ପଞ୍ଜାବ ପଟିଆଲାର ନେତାଜୀ ସୁଭାଷ ଜାତୀୟ କ୍ରୀଡ଼ା ଏକାଡେମୀରେ ଚାଲିଥିବା ଭାରୋତ୍ତୋଳନ ତାଲିମ କେନ୍ଦ୍ରରେ ଫେବୃୟାରୀ ୨୫ରୁ ଯୋଗଦେଇ ପ୍ରଶିକ୍ଷଣ ଗ୍ରହଣ କରୁଛନ୍ତି। ମୁନା ୨୦୧୯ରେ ପୁଣେରେ ଅନୁଷ୍ଠିତ ଦ୍ୱିତୀୟ ଖେଲୋ ଇଣ୍ଡିଆ ଭାରୋତ୍ତୋଳନ ପ୍ରତିଯୋଗିତାରେ ରୌପ୍ୟ, ଗୟାଠାରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ସ୍ବର୍ଣ୍ଣ ଓ ୨୦୨୦ ଆସାମ ଦିଶପୁରଠାରେ ଅନୁଷ୍ଠିତ ତୃତୀୟ ଯୁବ ଖେଲୋ ଇଣ୍ଡିଆ ପ୍ରତିଯୋଗିତାରେ ୫୫ କେଜି ବର୍ଗରେ ବ୍ରୋଞ୍ଜ ପଦକ ସମେତ ବହୁ ପଦକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri