ପବନ ମଝିରେ ଚାଇନା ବିମାନରେ ସୃଷ୍ଟି ହୋଇଥିଲା ଫାଟ !

ବେଜିଂ,୨୫।୩: ଚାଇନାରେ ଗତ ସୋମବାର ଘଟିଥିବା ବୋଇଂ ୭୩୭-୮୦୦ ଯାତ୍ରୀବାହି ବିମାନ ଦୁର୍ଘଟଣା ପଛର କାରଣ ଜାଣିବା ପାଇଁ ବିଶେଷଜ୍ଞମାନେ ତଦନ୍ତ ଚଲାଇଛନ୍ତି। ଏହା ମଧ୍ୟରେ ବିମାନର ଏକ ପାର୍ଟ ମିଳିଛି, ଯାହାକି ପାହାଡ଼ରେ ମାଡ଼ ହେବା ପୂର୍ବରୁ ଅଲଗା ହୋଇଯାଇଥିବା ମନେ ହେଉଛି।

ସନ୍ଦିଗ୍ଧ ବିମାନ ଭଗ୍ନାଂଶ ଚାଇନା ଇଷ୍ଟର୍ନ ଏୟାରଲାଇନ୍ସ କର୍ପ ଲିମିଟେଡ୍‌ର ବୋଲି ଜଣାପଡ଼ିଛି। ମୁଖ୍ୟ ଦୁର୍ଘଟଣାସ୍ଥଳଠାରୁ ଏହା ୧୦ କିଲୋମିଟର ଦୂରରେ ମିଳିଥିବା ଚାଇନିଜ ଅଧିକାରୀ କହିଛନ୍ତି। କିନ୍ତୁ ଉକ୍ତ ପାର୍ଟ ଦୁର୍ଘଟଣାଗ୍ରସ୍ତ ବିମାନର ଅଂଶ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ। ଯଦି ଏହି ପାର୍ଟ ଦୁର୍ଘଟଣାଗ୍ରସ୍ତ ବିମାନ ଅଂଶ, ତେବେ ବିମାନ ଉଡୁଥିବା ବେଳେ ସେଥିରେ ଫାଟ ସୃଷ୍ଟି ହୋଇଥିଲା ବୋଲି ତଦନ୍ତରୁ ସ୍ପଷ୍ଟ ହେବ। ଆଉ ଏହି କାରଣରୁ ହିଁ ୨୯ହଜାର ଫିଟ୍‌ ଉପରେ ଉଡୁଥିବା ବିମାନ ସୁପରସୋନିକ୍‌ ବେଗରେ ତଳକୁ ଖସି ପଡ଼ିଥିଲା।

“ସବୁଠୁ ବଡ଼ ପ୍ରଶ୍ନ ହେଉଛି ଏହା ବିମାନର କେଉଁ ଅଂଶ ଏବଂ ଏହା କେତେବେଳେ ଆସିଲା ?“ ବୋଲି ୟୁଏସ୍‌ ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନର ପୂର୍ବତନ ଦୁର୍ଘଟଣାଗ୍ରସ୍ତ ବିମାନ ତଦନ୍ତକାରୀ ଅଧିକାରୀ ଜେଫ ଗୁଜେଟି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri