ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ରାଜି

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଜେଡିର ବିଧାୟକ ଦଳ ବୈଠକ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଛି। ଅଧିବେଶନ ସମୟରେ ବିରୋଧୀ ଦଳର କିଭଳି ମୁକାବିଲା କରାଯିବ ସେନେଇ ମୁଖ୍ୟତଃ ଆଲୋଚନା କରାଯାଇଛି। ବିଜେଡି ବିଧାୟକ ଦଳ ବୈଠକ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି, ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ସବୁ ଉଠାଇବେ ସରକାର ତାହା ଉପରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି। ତେବେ ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଓଡ଼ିଶା ପ୍ରତି ଅବହେଳା, ତୈଳଦର ଓ ଅତ୍ୟାବଶ୍ୟକ ସାମଗ୍ରୀ ଦରବୃଦ୍ଧି ପ୍ରସଙ୍ଗକୁ ଗୃହରେ ବିଜେଡି ଉଠାଇବ ବୋଲି ସେ କହିଛନ୍ତି। ତେବେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଟୁଥିବା ହିଂସା କଥାକୁ ନେଇ ବିରୋଧୀ ଘେରିବା ଲାଗି ରଣନୀତି କରୁଥିବା ବେଳେ ବିଜେଡି ମଧ୍ୟ ଅନୁରୂପ ଭାବେ ବାଜପା ଶାସିତ ରାଜ୍ୟର ଉଦାହରଣ ଦେଇ ସେହି କଥାକୁ କାଉଣ୍ଟର କରିବ। ସେହିପରି ପଞ୍ଚାୟତ ନିର୍ବାଚନରେ ବିଜେଡି ପାଇଥିବା ଏକପାଖିଆ ସଫଳତା କଥାକୁ ମଧ୍ୟ ଶାସକ ଦଳ ଆଗକୁ ଆଣି ବିରୋଧୀଙ୍କ ମୁକାବିଲା ଆହୁରି ଭଲ ଭାବେ କରିପାରିବ ବୋଲି ଆଶା ରଖିଛି। ଅନ୍ୟପଟେ ପୌର ଭୋଟ୍‌ ଫଳାଫଳ ଆସିବା ପରେ ଆହୁରି ଶାସକ ଦଳକୁ ତାହା ସୁହାଇବ। ଅନ୍ୟପଟେ ନିକଟରେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀମାନେ ବିଭିନ୍ନ ସମୟରେ ରାଜ୍ୟ ସରକାରଙ୍କୁ କରିଥିବା ପ୍ରଶଂସା ସମ୍ପର୍କରେ କହି ବିଜେଡି ବିରୋଧରେ ଭାଜପା ଆଣୁଥିବା ଅଭିଯୋଗର ମୁକାବିଲା କରିବା ପାଇଁ ଶାସକ ଦଳ ଆଲୋଚନା କରିଥିବା ଜଣାପଡିଛି। ଏହି ବୈଠକରେ ବିଜେଡିର ସମସ୍ତ ବିଧାୟକ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri