ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟଗୁଡ଼ିକର ସହଯୋଗ ଜରୁରୀ : କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ଏହି କ୍ଷେତ୍ର ସହ ଯୋଗାଯୋଗ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରାଯାଉଛି। ସବକା ସାଥ୍‌ ସବ୍‌କା ବିକାଶ ନାରାରେ ବିଶ୍ବାସ କରୁଥିବା ଭାରତ ସରକାର ସଂସ୍କୃତି ସହ ପର୍ଯ୍ୟଟନର ବିକାଶ ପାଇଁ ଲକ୍ଷ୍ୟ ଦେଇଛନ୍ତି। କୋଭିଡ୍‌ ସ୍ଥିତି ସୁଧୁରିବା ପରେ ପର୍ଯ୍ୟଟନ କ୍ଷେତ୍ର ଅଣ୍ଟା ସଳଖୁଛି। ଏଥିପାଇଁ ସମସ୍ତ ରାଜ୍ୟ ଓ ଦେଶବାସୀଙ୍କ ସହଯୋଗ ଜରୁରୀ ବୋଲି ବୋଲି କେନ୍ଦ୍ର ସଂସ୍କୃତି, ପର୍ଯ୍ୟଟନ ବିକାଶ ମନ୍ତ୍ରୀ ଜି. କିଶନ ରେଡ୍ଡୀ କହିଛନ୍ତି। ଅର୍ଗସ ନ୍ୟୁଜ୍‌ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱରଠାରେ ଆରମ୍ଭ ହୋଇଥିବା ‘ଚଲୋ ଦେଖେଁ ଅପ୍‌ନା ଦେଶ’ ପ୍ରସଙ୍ଗକୁ ନେଇ ଦୁଇଦିନିଆ ପର୍ଯ୍ୟଟନ କନ୍‌କ୍ଲେଭ୍‌କୁ ଉଦ୍‌ଘାଟନ କରି କେନ୍ଦ୍ରମନ୍ତ୍ରୀ ରେଡ୍ଡୀ ଏହା କହିଛନ୍ତି। ସେ କହିଛନ୍ତି, ଗ୍ରାମାଞ୍ଚଳ ପର୍ଯ୍ୟଟନ ଉପରେ ଫୋକସ୍‌ ଦିଆଯାଉଛି। ଜମ୍ମୁ-କାଶ୍ମୀରକୁ ସେପ୍ଟେମ୍ବରରୁ ମାର୍ଚ୍ଚରେ ୭୨ ଲକ୍ଷ ପର୍ଯ୍ୟଟକ ଆସିଛନ୍ତି। ଯୋଗ ଦିବସ ସହ ପର୍ଯ୍ୟଟନ କ୍ଷେତ୍ରକୁ ଯୋଡ଼ି ୭୫ଟି ସ୍ଥାନରେ ଯୋଗ କାର୍ଯ୍ୟକ୍ରମ କରିବାକୁ ଲକ୍ଷ୍ୟ ରହିଛି। ଟୁରିଜମ୍‌ ଟ୍ରେନ୍‌ ଅଧିକ ଚାଲିବା ନେଇ ପଦକ୍ଷେପ ନିଆଯାଉଛି। ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସହଯୋଗ କାମନା କରି ସେ ଓଡ଼ିଶାର ମହାନ୍‌ ସଂସ୍କୃତି ଓ ଐତିହ୍ୟ ସହିତ ଶ୍ରୀଜଗନ୍ନାଥ ମନ୍ଦିର, ଶ୍ରୀଲିଙ୍ଗରାଜ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରର ଗାଥା କହିଲେ। ଏଥିସହ ଓଡ଼ିଶୀ ନୃତ୍ୟର ସମ୍ପର୍କରେ ଆଲୋକପାତ କରିଥିଲେ। ଡିଏନ୍‌ ସ୍କୋୟାରସ୍ଥିତ ହୋଟେଲ ଭିଭାନ୍ତାରେ ଚାଲିଥିବା ଏହି କନ୍‌କ୍ଲେଭ୍‌ରେ ଜମ୍ମୁ ଓ କଶ୍ମୀର ପର୍ଯ୍ୟଟନ ବିଭାଗ ସମେତ ବହୁ ଭାରତୀୟ ପର୍ଯ୍ୟଟନ ଓ ଭ୍ରମଣ ଉଦ୍ୟୋଗୀମାନେ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri