ରଜନୀରାଣୀ ହେଲେ ଆନନ୍ଦପୁର ପୌରାଧ୍ୟକ୍ଷା

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାର ନୂତନ ପୌରାଧ୍ୟକ୍ଷା ଭାବେ ରଜନୀରାଣୀ ଖଟୁଆ ନିର୍ବାଚିତ ହୋଇଛନ୍ତି। ଆନନ୍ଦପୁର ପୌରପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ। ପୌରପରିଷଦର ମୋଟ୍‌ ୩୦୬୬୭ ଭୋଟରଙ୍କ ମଧ୍ୟରୁ ୧୧୯୭୪ ଜଣ ପୁରୁଷ ଭୋଟର ଓ ୧୧୪୪୦ ଜଣ ମହିଳା ଭୋଟର ମୋଟ ୨୩୪୧୪ ଭୋଟର ନିଜର ମତଦାନ ସାବ୍ୟସ୍ତ କରିଥିଲେ। ବିଜେଡି ପକ୍ଷରୁ ପୌରାଧ୍ୟକ୍ଷା ପ୍ରାର୍ଥୀ ହୋଇଥିବା ରଜନୀରାଣୀ ଖଟୁଆ ୧୬ଟି ଓ୍ବାର୍ଡରୁ ୧୧୫୦୪ ଖଣ୍ଡ ଭୋଟ୍‌ ପାଇଥିବାବେଳେ ଭାଜପା ପ୍ରାର୍ଥିନୀ ଜ୍ୟୋତିର୍ମୟୀ ଖଟୁଆ ୯୯୩୫ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି କଂଗ୍ରେସର ପୌରାଧ୍ୟକ୍ଷା ପ୍ରାର୍ଥିନୀ ସବିତା ଦାସ ୧୫୧୦ ଖଣ୍ଡ ଭୋଟ୍‌, ସ୍ବାଧୀନ ପ୍ରାର୍ଥିନୀ ଅଶ୍ୱିନୀ ନାଇକ ୧୫୮ ଖଣ୍ଡ ଭୋଟ୍‌, ମୋହିନୀ ଦେହୁରୀ ୧୪୭ ଖଣ୍ଡ ଭୋଟ୍‌ ପାଇଥିବାବେଳେ ନୋଟାକୁ ୧୫୯ ଖଣ୍ଡ ଭୋଟ୍‌ ଆସିଛି। ବିଜେଡିରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପୌରାଧ୍ୟକ୍ଷା ପ୍ରାର୍ଥିନୀ ରଜନୀରାଣୀ ଖଟୁଆ ଭାଜପା ପ୍ରାର୍ଥିନୀଙ୍କଠାରୁ ୧୫୬୯ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri