୨୦୨୪ ଯାଏ ବଢ଼ିବ ‘କାଳିଆ’ ଅବଧି

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଚାଷୀ ଓ ଚାଷକୁ ପ୍ରୋତ୍ସାହିତ କରିବାକୁ ଓଡ଼ିଶା ସରକାର ୨୦୧୯ରେ ଆରମ୍ଭ କରିଥିଲେ ‘କାଳିଆ’ ଯୋଜନା। ୨୦୨୧-୨୨ ଆର୍ଥିକ ବର୍ଷର ମାର୍ଚ୍ଚ ୩୧ରେ ଏହାର ଅବଧି ଶେଷ ହେଉଥିବାବେଳେ ରବିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ରାଜ୍ୟ ସରକାର ଏହାକୁ ୨୦୨୩-୨୪ ଆର୍ଥିକ ବର୍ଷ ଯାଏ ବୃଦ୍ଧି କରିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଫଳରେ ଆଉ ୨ବର୍ଷ ଯାଏ ଚାଷୀଙ୍କୁ ବାର୍ଷିକ ଦୁଇ ପର୍ଯ୍ୟାୟ ହିସାବରେ ସହାୟତା ମିଳିବ। ସୂଚନାଯୋଗ୍ୟ, ‘କାଳିଆ’ ଯୋଜନା ଆରମ୍ଭ ହେବା ଦିନରୁ ପ୍ରତିବର୍ଷ ଅକ୍ଷୟ ତୃତୀୟା ଏବଂ ନୂଆଖାଇରେ ସହାୟତା ପ୍ରଦାନ କରାଯାଉଛି। ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ୨ ହଜାର ଟଙ୍କା ଯାଉଛି। କୋଭିଡ୍‌ ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଯୋଗାଉଥିବା ନିଃଶୁଳ୍କ ଖାଦ୍ୟସାମଗ୍ରୀ ଯୋଗାଣ ଅବଧିକୁ ଶନିବାର କେନ୍ଦ୍ର ସରକାର ୬ମାସ ପାଇଁ ବୃଦ୍ଧି କରିଛନ୍ତି। ଏହାର ଦିନକ ପରେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। କାଳିଆ ଅବଧି ବୃଦ୍ଧି ସହ ବିଭିନ୍ନ ବିଭାଗର କ୍ୟାଡ୍‌ର ରୁଲ୍‌ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ମା’ଙ୍କ ଏତଲା ପରେ ମୁହଁଖୋଲିଲେ ADCP: କହିଲେ ଜଣଜଣଙ୍କୁ…

କଟକ,୨୩।୧୨: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗରେ ମୁହଁ ଖୋଲିଲେ ADCP। କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି,...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲାବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri