ମନ୍‌ କି ବାତ୍‌ରେ ଖୋର୍ଦ୍ଧାର ରାହୁଲଙ୍କୁ ପ୍ରଶଂସା କଲେ ମୋଦି

ପୁରୀ ଅଫିସ,୨୮।୩: ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ପୁଅ ରାହୁଲ ମହାରଣାଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ପୁରୀ-କୋଣାର୍କ ବେଳାଭୂମିକୁ ସ୍ବଚ୍ଛ କରି ସ୍ବଚ୍ଛ ଭାରତ ମିଶନରେ ସାମିଲ ହୋଇଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କୁ ସାବାସି ଦେଇଛନ୍ତି।
ରବିବାର ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ମୋଦି କହିଛନ୍ତି, ଖୋର୍ଦ୍ଧା ଜିଲା ବାଲିପାଟଣା ବ୍ଲକ ଆମ୍ବଡିହ ଗ୍ରାମର ରାହୁଲ ମହାରଣା ପ୍ରତି ରବିବାର ସକାଳୁ ପୁରୀର ତୀର୍ଥସ୍ଥଳୀ ପାଖରେ ପହଞ୍ଚତ୍ୟାଆନ୍ତି। ସେଠାରେ ଥିବା ପ୍ଲାଷ୍ଟିକ୍‌ ଆବର୍ଜନାକୁ ସଫା କରନ୍ତି। ବର୍ତ୍ତମାନ ସୁଦ୍ଧା ସେ ଶହେ କିଲୋରୁ ଊର୍ଦ୍ଧ୍ୱ ପ୍ଲାଷ୍ଟିକ ଆବର୍ଜନା ସଫା କରିସାରିଲେଣି। ରାହୁଲ ଆମ ସମସ୍ତଙ୍କୁ ଅନେକ କିଛି ଶିକ୍ଷା ଦେଉଛନ୍ତି। ତାଙ୍କଠାରୁ ପ୍ରେରଣା ନେଇ ଭାରତବାସୀ ଦେଶକୁ ଆବର୍ଜନାମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପରେ ରାହୁଲ କହିଛନ୍ତି, ୨୦୧୮ରୁ ଏହି ସଫେଇ ଜାରି ରଖିଛି। କେହି କେବେ ସହଯୋଗ କରିନାହାନ୍ତି। କେହି ମଧ୍ୟ ମୋ’ କାମ ପ୍ରତି ନଜର ଦେଉ ନ ଥିଲେ। ପ୍ରତି ରବିବାର ବିଭିନ୍ନ ତୀର୍ଥସ୍ଥାନ, ପର୍ଯ୍ୟଟନସ୍ଥଳୀ ଓ ବେଳାଭୂମିକୁ ଯାଇ ସଫେଇ କରୁଛି। ଆଜୀବନ ଏହି କାର୍ଯ୍ୟ ଜାରି ରଖିବି। ପ୍ଲାଷ୍ଟିକ୍‌ମୁକ୍ତ ଭାରତ ପାଇଁ ସଦା ଚେଷ୍ଟିତ ରହିବି। ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପରେ ସଫେଇ କାର୍ଯ୍ୟ କରିବା ଲାଗି ପ୍ରେରଣା ମିଳିଛି। ସେହିଭଳି ପାଠପଢ଼ା ସହ ସମାଜସେବା ଓ ବିଶେଷ ଭାବେ ପ୍ରକୃତି ସେବା କରିବା ପାଇଁ ପିଲାବେଳୁ ଚେଷ୍ଟା କରୁଛି। ମୋ’ ସହ ସମସ୍ତେ ଯୋଡ଼ିହେଲେ ଆହୁରି ଖୁସି ଲାଗିବ। ସମସ୍ତେ ଯେଉଁ ପ୍ରକୃତିର ଅଂଶ, ସେହି ଧରାପୃଷ୍ଠକୁ ସଫାସୁତରା ରଖିବା ଓ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ପ୍ରୟାସ କରିବା ଦରକାର ବୋଲି ରାହୁଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri