Posted inଜାତୀୟ

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ କୁଶୀନଗରରେ ଭାଜପାର ବିଜୟ ଉତ୍ସବ ପାଳନ ସମୟରେ ଜଣେ ମୁସଲମାନ ଯୁବକ ବାବରଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପରିବାରବର୍ଗଙ୍କୁ ଯୋଗୀ ସରକାର କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ୨ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, କୁଶୀନଗରର ରାମକୋଲା ଥାନା ଅଞ୍ଚଳର କଠଘରହି ଗାଁରେ ୨୬ ବର୍ଷୀୟ ବାବର ଅଲି ବିଧାନସଭା ନିର୍ବାଚନରେ ଭାଜପାର ବିଜୟ ସହ ସରକାର ଗଠନ ଉତ୍ସବ ପାଳନ କରୁଥିଲେ। ଭାଜପାର ବିଜୟରେ ଉତ୍ସାହିତ ହୋଇ ବାବର ଅଲି ଲୋକଙ୍କ ମଧ୍ୟରେ ମିଠା ବାଣ୍ଟିଥିଲେ, ଯାହା ତାଙ୍କ ପଡ଼ୋଶୀର କିଛି ଲୋକଙ୍କୁ ପସନ୍ଦ ଆସି ନ ଥିଲା। ଏହାପରେ ତାଙ୍କ ଘର ପାଖରେ ରହୁଥିବା କିଛି ଲୋକ ବାବରଙ୍କୁ ମାଡ଼ ମାରିଥିଲେ। ଆହତ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଯୁବକଙ୍କୁ ପ୍ରଥମେ ଜିଲା ଡାକ୍ତରଖାନା ଓ ପରେ ଲକ୍ଷ୍ନୌକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ତାଙ୍କ ମୃତ୍ୟୁକୁ ନେଇ ଗାଁର ଲୋକମାନେ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। ରବିବାର ତାଙ୍କ ମୃତଦେହ ଗାଁରେ ପହଞ୍ଚିବା ପରେ କ୍ରୋଧିତ ଲୋକେ ତାଙ୍କୁ କବର ଦେବା ପାଇଁ ମନା କରିଦେଇଥିଲେ। କିନ୍ତୁ ନେତା ଓ ପ୍ରଶାସନ ସେମାନଙ୍କୁ ବୁଝାସୁଝା କରିବା ପରେ ବାବରଙ୍କୁ ଶେଷ ବିଦାୟ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri