Odisha Elections 2024

ନୂଆଦିଲ୍ଲୀରେ ମହିଳା ହକି ଦଳକୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସନ୍ଧ୍ୟାରେ ଦିଲ୍ଲୀରେ ଆୟୋଜିତ ବିବିସି ଇଣ୍ଡିଆନ୍‌ ସ୍ପୋର୍ଟସ ୱିମେନ୍‌ ଅଫ୍‌ ଦି ଇଅର ଆୱାର୍ଡ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଦେଶର କୃତୀ ମହିଳା କ୍ରୀଡ଼ାବିତ୍‌ଙ୍କୁ ସମ୍ମାନିତ କରିଛନ୍ତି। ମହିଳା ହକି ଟିମ୍‌କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବା ସହ ଓଡ଼ିଶା ସହ ହକିର ସ୍ବତନ୍ତ୍ର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି। ଭାରତୀୟ ମହିଳା ହକି ଦଳ ପକ୍ଷରୁ ଅଧିନାୟିକା ସବିତା ଓ ଉପ ଅଧିନାୟିକା ଦୀପ୍‌ ଗ୍ରେସ୍‌ ଏକ୍କା ବିବିସି ସ୍ବତନ୍ତ୍ର ସ୍ବିକୃତି ପୁରସ୍କାର ଗ୍ରହଣ କରିଥିଲେ। ମହିଳା ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ। ବିବିସି ପକ୍ଷରୁ ଭାରତୀୟ ପୁରୁଷ ହକି ଦଳକୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ଦୀର୍ଘ ୪୧ ବର୍ଷ ବ୍ୟବଧାନରେ ଭାରତୀୟ ଦଳ ଟୋକିଓରେ ବ୍ରୋଞ୍ଜ ପଦକ ହାସଲ କରିଥିଲା। ଦଳ ପକ୍ଷରୁ ହରମନପ୍ରୀତ ସିଂ ଓ ଅମିତ ରୋହିଦାସ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ ସଭାପତି ନରିନ୍ଦର ଧ୍ରୁବ ବାତ୍ରା ଉପସ୍ଥିତ ଥିଲେ।
ସୂଚନାନୁସାରେ, ଅପରାହ୍ନ ୧ଟା ୨୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରୁ ଯାଇ ଦିଲ୍ଲୀ ଯାତ୍ରା କରିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ତାଙ୍କର ଗସ୍ତ ସଂକ୍ରାନ୍ତରେ ସୂଚନା ସେ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ସଂସଦର ସେଣ୍ଟ୍ର୍ରାଲ୍‌ ହଲ୍‌ରେ ମୁଖ୍ୟମନ୍ତ୍ରୀ କିଛି ନେତାଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଉଷୁନା ଚାଉଳ ଉଠାଣ, କୋଇଲା ରୟାଲଟି ବୃଦ୍ଧି ଓ କେନ୍ଦ୍ରୀୟ ଅନୁଦାନ ଭଳି ପ୍ରସଙ୍ଗକୁ ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ୍‌ କରିପାରନ୍ତି ବୋଲି କୁହାଯାଉଛି। ପଞ୍ଚାୟତ ଓ ପୌର ନିର୍ବାଚନରେ ବିପୁଳ ସଫଳତା ପରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ରାଜ୍ୟ ରାଜନୀତିରେ ବେଶ୍‌ ଗୁରୁତ୍ୱ ବହନ କରୁଛି। ଶେଷଥର ଗତବର୍ଷ ସେପ୍ଟେମ୍ବରରେ ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri