Posted inଖେଳ

ଓ୍ବର୍ନଙ୍କୁ ଅନ୍ତିମ ବିଦାୟ: ଭାବୁକ ହେଲେ ସଚିନ

ମେଲବୋର୍ନ,୩୦।୩: ଲୁହରେ ଭିଜିଲା ପ୍ରଶଂସକଙ୍କ ଆଖି। ବୁଧବାର ଏଠାରେ ଆୟୋଜିତ ଏକ ବିଶାଳ ଶ୍ରଦ୍ଧାଞ୍ଜଳି ସଭାରେ ଅଷ୍ଟ୍ରେଲିଆର କ୍ରିକେଟ କିମ୍ବଦନ୍ତୀ ତଥା ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ ଓ୍ବର୍ନଙ୍କୁ ରାଜକୀୟ ସମ୍ମାନ ସହ ଅନ୍ତିମ ବିଦାୟ ଦିଆଯାଇଛି। ଏହି ମଇଦାନରେ ଓ୍ବର୍ନଙ୍କ ସାଥୀ ଖେଳାଳି, ବନ୍ଧୁ, ପରିବାର ସହ ପ୍ରାୟ ୫୦ ହଜାର ଲୋକ ଉପସ୍ଥିତ ଥିଲେ।

ଓ୍ବର୍ନଙ୍କ ମୃତ୍ୟୁର ୨୬ ଦିନ ପରେ ତାଙ୍କର ପ୍ରିୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ(ଏମ୍‌ସିଜି)ରେ ତାଙ୍କ ଶେଷ ବିଦାୟ ଦିଆଯାଇଛି। ଏଥିରେ ବିଶ୍ୱର ସମସ୍ତ ମହାନ କ୍ରିକେଟର ସାମିଲ ହୋଇଥିଲେ। ସେମାନଙ୍କ ମଧ୍ୟରେ ପୂର୍ବତନ ମହାନ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ଭର୍ଚୁଆଲ ଭାବେ ଯୋଗ ଦେଇଥିଲେ। ଓ୍ବର୍ନଙ୍କର ତିନି ସନ୍ତାନ ମଧ୍ୟ ପିତାଙ୍କୁ ହରାଇ ଦୁଃଖରେ ଭାଙ୍ଗି ପଡ଼ିଥିବା ଦେଖାଯାଇଛି।

ଚଳିତ ମାସ ୪ ତାରିଖରେ ହୃଦ୍‌ଘାତରେ ଓ୍ବର୍ନଙ୍କ ପରଲୋକ ଘଟିଥିଲା। ଥାଇଲାଣ୍ଡରେ ଥିବା ନିଜ ଭିଲାରେ ସେ ଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବନ୍ଧୁମାନେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସମସ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଯାଇପାରି ନ ଥିଲା। ଏହି ଖବର ଜଣାପଡ଼ିବା ପରେ କ୍ରିକେଟଜଗତରେ ଶୋକର ଛାୟା ଖେଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri