ଭାଜପା ଛାଡ଼ିବେ ଜୟରାମ ପାଙ୍ଗୀ

କୋରାପୁଟ/ପଟ୍ଟାଙ୍ଗୀ,୨।୪(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟର ପୂର୍ବତନ ଏମ୍‌ପି ତଥା ଭାଜପାର ବରିଷ୍ଠ ସଦସ୍ୟ ଜୟରାମ ପାଙ୍ଗୀ ଦଳ ଛାଡ଼ିବା ନେଇ ସୂଚନା ଦେଇଛନ୍ତି। ଶୁକ୍ରବାର କୋଟିଆଠାରେ ଆୟୋଜିତ ଓଡ଼ିଶା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ଦଳ ଛାଡ଼ିବା ନେଇ ସେ କହିଥିଲେ। ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ଶନିବାର ପଠାଇବେ ବୋଲି ସେ କହିଛନ୍ତି। ଭାଜପା ଛାଡିବା ପରେ ସେ ରାଜନୀତିରୁ ସନ୍ନ୍ୟାସ ନେବେନି ବୋଲି ମଧ୍ୟ ଜଣାଇଛନ୍ତି। ବର୍ତ୍ତମାନ ଅନ୍ୟ କେଉଁ ଦଳରେ ମିଶିବା ନେଇ କୌଣସି ସୂଚନା ଦେଇନାହାନ୍ତି। ସେ ଅଞ୍ଚଳର ବିକାଶ ପାଇଁ କାର୍ଯ୍ୟ ଜାରି ରଖିବେ ବୋଲି କହିଛନ୍ତି।
ଯେ, ଜୟରାମ ୨୦୧୭ରେ ବିଜେଡିରୁ ନିଲମ୍ବିତ ହେବା ପରେ ଭାଜପାରେ ମିଶିଥିଲେ। ସେ ପୂର୍ବରୁ ୪ଥର ପଟ୍ଟାଙ୍ଗୀ ବିଧାୟକ ଭାବେ ନିର୍ବାଚିତ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ଅବକାରୀ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ୨୦୦୯ରେ କୋରାପୁଟରୁ ୯ଥର ଏମ୍‌ପି ହୋଇଥିବା କଂଗ୍ରେସର ଗିରିଧର ଗମାଙ୍ଗଙ୍କୁ ପରାସ୍ତ କରି ପ୍ରଥମଥର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ ଭାଜପା ଟିକେଟରେ ଲୋକ ସଭା ନିର୍ବାଚନ ଲଢ଼ି କଂଗ୍ରେସର ସପ୍ତଗିରି ଉଲ୍ଲାକାଙ୍କଠାରୁ ପରାଜିତ ହୋଇଥିଲେ। ନିର୍ବାଚନ ହାରିବା ପରେ ସେ ଭାଜପାରେ ଏକପ୍ରକାର ଉପେକ୍ଷିତ ହୋଇ ଆସୁଥିବା ସାଧାରଣରେ ଆଲୋଚନା ହେଉଥିଲା। ଗତ କିଛିମାସ ପୂର୍ବେ ସେ ଅବିଭକ୍ତ କୋରାପୁଟ, ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ ରାଜ୍ୟର ସୀମାନ୍ତ ଅଞ୍ଚଳକୁ ନେଇ ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ ନାମରେ ଏକ ସଙ୍ଗଠନ ଗଠନ କରିଛନ୍ତି। ଏହି ସଙ୍ଗଠନ ଦ୍ୱାରା ଅବହେଳିତ ଅଞ୍ଚଳର ବିକାଶ କରିବାକୁ ସଂଗ୍ରାମ ଜାରି ରଖିବେ ବୋଲି ପାଙ୍ଗୀ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ ଭାବେ...

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri