୨ସପ୍ତାହ ହେଲା ବଢୁଛି ତେଲ ଦର

ଭୁବନେଶ୍ୱର,୩।୪(ବ୍ୟୁରୋ): ଦିନକର ବିରତି ପରେ ପୁଣି ଥରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଏପରିକି ଗତ ୨ ସପ୍ତାହ ହେବ ଭାରତ ବଜାରରେ ତେଲ ଦର ଉଚ୍ଚ ପରିମାଣରେ ବଢ଼ିଚାଲିଛି। ୫ ରାଜ୍ୟ ବିଧାନସଭା ନିର୍ବାଚନ ଫଳ ଆସିବା ପରେ ମାର୍ଚ୍ଚ ୨୨ରେ ପ୍ରଥମ ଥର ପାଇଁ ତେଲ ଦରରେ ପରିବର୍ତ୍ତନ ଘଟିଥିଲା। ସେବେଠୁ ଗତ ୧୨ଦିନ ମଧ୍ୟରେ ତେଲ ଦର ୧୦ ଥର ବଢ଼ିଲାଣି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମର ସୂଚନା ଅନୁସାରେ ଶନିବାର ଭୁବନେଶ୍ୱରରେ ଉଭୟ ପେଟ୍ରୋଲ ଏବଂ ଡିଜେଲ ୮୫ ପଇସା ଲେଖାଏ ବୃଦ୍ଧି ଘଟିଛି। ଏହି ଦର ବୃଦ୍ଧି ଫଳରେ ରାଜଧାନୀରେ ପେଟ୍ରୋଲ ଲିଟର ପିଛା ୧୦୯.୫୦ ଟଙ୍କାରେ ବିକ୍ରି ହେଉଥିବାବେଳେ ଡିଜେଲ ଲିଟର ପିଛା ୯୯.୨୭ ଟଙ୍କାରେ କାରବାର ହେଉଛି। ସୂଚନାଯୋଗ୍ୟ, ୧୦ ଥରରେ ପେଟ୍ରୋଲ ୭.୬୯ ଟଙ୍କା ଏବଂ ଡିଜେଲ ୭.୬୦ ଟଙ୍କା ବୃଦ୍ଧି ଘଟିଛି। ନୂଆଦିଲ୍ଲୀରେ ମଧ୍ୟ ଉଭୟ ପେଟ୍ରୋଲ ଓ ଡିଜେଲ ଉପରେ ୮୦ ପଇସା ବଢ଼ିଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୧୦୨.୬୧ ଟଙ୍କା ଏବଂ ଡିଜେଲ ୯୩.୮୭ ଟଙ୍କାରେ ପହଞ୍ଚତ୍ଛି। ଉପରୋକ୍ତ ସମୟ ମଧ୍ୟରେ ନୂଆଦିଲ୍ଲୀରେ ମଧ୍ୟ ଉଭୟ ପେଟ୍ରୋଲ ଓ ଡିଜେଲ ଉପରେ ମୋଟ ୭.୨୦ ଟଙ୍କା ମୂଲ୍ୟ ବୃଦ୍ଧି ଘଟିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri