କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା

ଭାପୁର, ୩।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର ଅଞ୍ଚଳବାସୀ, ଫାର୍ମ ମାଲିକ ଏବଂ ପ୍ରଶାସନ ମଧ୍ୟରେ ତ୍ରିପାକ୍ଷିକ ବୈଠକ ବସିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଜିଲାପାଳ ଏଥିରେ ହସ୍ତକ୍ଷେପ ନ ଗଲେ ଆନ୍ଦୋଳନ ତୀବ୍ର କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ଫାର୍ମ ଯୋଗୁ ପ୍ରଦୂଷଣ ବଢୁଛି। ଦୁର୍ଗନ୍ଧରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଥିଲେ। ଏପରି କି ସମସ୍ୟାର ସମାଧାନ ନ ହେଲେ ପଞ୍ଚାୟତ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଥିଲେ। ମତଦାନ ଦିନ ଜିଲାପାଳ ଘଟଣାରେ ହସ୍ତକ୍ଷେପ କରିବା ସହିତ ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେବା ପରେ ଭୋଟଦାନ ପ୍ରକ୍ରିୟା ସ୍ବାଭାବିକ ହୋଇଥିଲା। ତେବେ ଜିଲାପାଳଙ୍କ ପ୍ରତିଶ୍ରୁତିକୁ ମାସେ ବିତିଥିବାବେଳେ କୁକୁଡ଼ା ଫାର୍ମ ହଟାଇବା ଦିଗରେ କୌଣସି ପଦକ୍ଷେପ ନିଆଗଲାନାହିଁ। ଏହାକୁ ନେଇ ପୁଣି ଅସନ୍ତୋଷ ତେଜିବା ପରେ ଶୁକ୍ରବାର ଅପରାହ୍ନରେ ଗ୍ରାମ ଯାତ୍ରା ପଡ଼ିଆରେ ତହସିଲଦାର ଅନୁପମା ମୁର୍ମୁଙ୍କ ଅଧ୍ୟକ୍ଷତାରେ ଗ୍ରାମବାସୀ, ଫାର୍ମ ମାଲିକ, ପ୍ରଦୂଷଣ ନିୟନ୍ତ୍ରଣ ଅଧିକାରୀ, ସିଡିଭିଓ ଏବଂ ସ୍ଥାନୀୟ ସରପଞ୍ଚଙ୍କ ଉପସ୍ଥିତିରେ ଆଲୋଚନା ହୋଇଥିଲା। ହେଲେ ଗ୍ରାମବାସୀ ଏବଂ ଫାର୍ମ ମାଲିକ ନିଜ ଜିଦ୍‌ରେ ଅଟଳ ରହିବାକୁ କୌଣସି ନିଷ୍କର୍ଷ ବାହାରି ପାରିନାହିଁ। ଜିଲା ପ୍ରଶାସନ ପକ୍ଷରୁ ଏହାର ସମାଧାନ କରା ନ ଗଲେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ଭୁବନେଶ୍ୱର,୩।୫: ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଜମିଜମା ମାମଲାର...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri