ଦୁଇ ଗୋଷ୍ଠୀ ମୁହାଁମୁହିଁ

ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆରଇଜିଏସ୍‌)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାମ ନ ହୋଇ ବି ବିଲ୍‌ ହୋଇଥିବା ଗ୍ରାମର ଗୋଟିଏ ଗୋଷ୍ଠୀ ଅଭିଯୋଗ କରିଛନ୍ତି। ଏହାକୁ ପୂର୍ବତନ ସରପଞ୍ଚ, ନବ ନିର୍ବାଚିତ ସରପଞ୍ଚଙ୍କ ସମେତ ଆଉ ଗୋଟିଏ ଗୋଷ୍ଠୀ ଖଣ୍ଡନ କରିଛନ୍ତି।
ବ୍ଲକ ଆରବନ୍ଧ ପଞ୍ଚାୟତରେ ଜମି ଉନ୍ନତିକରଣ ପାଇଁ ଶୁକ୍ରବାର ରାତି ଅଧରେ ଏମ୍‌ଜିଏନଆରଇଜିଏସ୍‌ରେ ମେଶିନ ଲଗାଇ କାମ ହେଉଥିବା ବେଳେ ୭ଟି ମାଟି ବୋଝେଇ ଟ୍ରାକ୍ଟରକୁ ଗ୍ରାମର ଗୋଟିଏ ଗୋଷ୍ଠୀ ଅଟକ ରଖିଥିଲେ। ଏନେଇ ଗାଁରେ ଉତ୍ତେଜନା ଦେଖାଦେଇଥିଲା। ଶନିବାର ପୂର୍ବାହ୍ନରେ ବରହମପୁର ଥାନା ଅଧିକାରୀ ହେମନ୍ତ କୁମାର ମାଝି ପହଞ୍ଚତ୍ ମାଟି ଟ୍ରାକ୍ଟରକୁ ଥାନାକୁ ନେଇଥିବା ବେଳେ ଉନ୍ନୟନମୂଳକ କାର୍ଯ୍ୟରେ ଅନିୟମିତତା ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଅଭିଯୋଗକୁ ବର୍ତ୍ତମାନର ସରପଞ୍ଚ କୁଳମଣି ନାୟକ ଓ ପୂର୍ବତନ ସରପଞ୍ଚ ତନୁଜାଶ୍ରୀ ନାୟକ ସମ୍ପୂର୍ଣ୍ଣ ଭାବେ ଖଣ୍ଡନ କରିବା ସହ ପଞ୍ଚାୟତରେ ଦୁର୍ନୀତି ହୋଇନାହିଁ, ସବୁପ୍ରକାର ତଦନ୍ତ ପାଇଁ ପ୍ରସ୍ତୁତ ଥିବା କହିଛନ୍ତି। ନିର୍ବାଚନରେ ଯେଉଁମାନେ ପରାଜିତ ହୋଇଥିଲେ ସେମାନେ ଆକ୍ରୋଶ ରଖି କିଛି ଲୋକଙ୍କୁ ଶିଖାଇ ମୋତେ ବଦନାମ କରିବା ପାଇଁ ପ୍ରାୟୋଜିତ ଷଡ଼ଯନ୍ତ୍ର କରିଛନ୍ତି ବୋଲି କହିଛନ୍ତି। ଏ ବିଷୟରେ ନୀଳଗିରି ବିଡିଓ ଅଶେଷ କୁମାର ନାୟକ କହିଛନ୍ତି, ଉକ୍ତ ପଞ୍ଚାୟତରେ ୬ଟି ପ୍ରକଳ୍ପ ତଦନ୍ତ ହୋଇଥିଲା, ସେସବୁ ଠିକ୍‌ ଅଛି। ଏବେ ଯେଉଁ ଅଭିଯୋଗ ହୋଇଛି ଏହାର ମଧ୍ୟ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri