Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାକୁ ନିଷ୍ପତ୍ତି ନେବେ । ବିଶେଷ ବୁଲାବୁଲି କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ଅଧ୍ୟାପନା, ପ୍ରଶାସନିକ ସେବା,କ୍ରୀଡ଼ା ,ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ବହୁତ କାମ ହାତକୁ ନେବା ଦ୍ୱାରା ଟେନସନ ବୃଦ୍ଧି ପାଇବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି। କଳା, ସାହିତ୍ୟ, ଆଲୋଚନା, ସଭାସମିତି ତଥା ଆନୁଷ୍ଠାନିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ବ୍ୟବସାୟିକ ସ୍ଥିତି ଭଲ ରହିବ।
ମିଥୁନ
ମିଥୁନ
ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କିନ୍ତୁ ଆରଦ୍ରା ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶାା କରିପାରନ୍ତି।
କର୍କଟ
କର୍କଟ
ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ ଓ ନିର୍ମାଣ,ପରିବହନରେ ସଫଳତା ହାସଲ କରିବେ। ପରିବାରର ଆବଶ୍ୟକତା ଅନୁସାରେ ବିଳାସ ଉପକରଣ କିଣିପାରନ୍ତି।
ସି˚ହ
ସି˚ହ
ଆଜି ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ନିକଟସ୍ଥ ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। ମାତ୍ର ଆପଣ କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡ଼ା ହୋଇପାରେ।
କନ୍ୟା
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଚିତ୍ରା ନକ୍ଷତ୍ର ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ସାଧାରଣ କଥାକୁ ମଧ୍ୟ ଜଟିଳ ଆକାରରେ ଗ୍ରହଣ କରିବେ । ଆଶା ପୂରଣ ହେବ ଓ ସମ୍ପର୍କୀୟଙ୍କ ଶୁଭ ସୂଚନାରୁ ଖୁସି ହେବେ। ନିଜର ବେକାରିଆ ଭାଇଙ୍କ ପାଇଁ ଦୁଃଶ୍ଚିନ୍ତା ବୃଦ୍ଧି ପାଇବ ।
ତୁଳା
ତୁଳା
ବିଭିନ୍ନ ଯୋଜନାର କାମ ହାତକୁ ନେବେ ଏବଂ ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ । ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁ ମିଳନରୁ ଉସତ୍ାହିତ ହେବେ। ଜଣେ ଅପରିଚିତ ବ୍ୟକ୍ତି ବହୁତ ସାହାଯ୍ୟ କରିବେ, ଯାହାକି ଆପଣଙ୍କ କଳ୍ପନା ବାହାରେ ଥିବ । ପୁତ୍ରକନ୍ୟାଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗି ରହିବ।
ବିଛା
ବିଛା
ଆପଣଙ୍କ ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ଅନୁରାଧା ନକ୍ଷତ୍ରର ମାନସିକସ୍ଥିତି କେତେକାଂଶରେ ଠିକ୍‌ ରହି ନ ପାରେ। ଶିଳ୍ପ,ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପୁରୁଣା କଥାକୁ ବେଶି ଦୋହରାଇଲେ ଓଲଟା ଫଳ ପାଇବେ ।
ଧନୁ
ଧନୁ
ପାରିବାରିକ ଦୁଶ୍ଚିନ୍ତା ବଢ଼ିଯିବା ଦ୍ୱାରା କାମଗୁଡ଼ିକ ମଧ୍ୟ ଶୃଙ୍ଖଳିତ ହେବ ନାହିଁ। ସଭାସମିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ବ୍ୟବସାୟ ଓ ପରିବହନରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ।
ମକର
ମକର
ଆତ୍ମୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଦୀର୍ଘଦିନରୁ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପିଲାଙ୍କ ଆଚରଣଗତ ତ୍ରୁଟିରୁ ସମସ୍ୟା ଆସିପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
କୁମ୍ଭ
କୁମ୍ଭ
ସାଧାରଣ କଥାରେ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି, ମାତ୍ର ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ, କିନ୍ତୁ ପ୍ରତିବନ୍ଧକ ଲାଗିରହିବ। ଭୁଲ୍‌ ବୁଝାମଣା ଓ ସନ୍ଦେହ ଜନିତ କାର୍ଯ୍ୟକଳାପକୁ ନେଇ ପରିବାରରେ ଝଡ଼ ଉଠିପାରେ। ପଡ଼ୋଶୀ ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ସମସ୍ୟାରେ ପଡ଼ି ଅପଦସ୍ଥ ହୋଇପାରନ୍ତି। ସାମାଜିକ ସ୍ତରରେ କିମ୍ବା ରାଜନୀତିରେ ଚେଷ୍ଟା କଲେ ସଫଳତା ହାସଲ କରିପାରିବେ। ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ। ତରବରିଆ ଭାବେ କୈାଣସି କାମ ନ କରି ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri