ନିଜ ପିସ୍ତଲରୁ ଗୁଳି ଫୁଟାଇ ଯୁବକଙ୍କ ଆତ୍ମହତ୍ୟା

ହିଞ୍ଜିଳିକାଟୁ,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଗୋପୀନାଥପୁର ନିକଟ ଜାତୀୟ ରାଜପଥ ନଂ.୫୯ରେ ଥିବା ଏକ ଗ୍ୟାରେଜରେ ରବିବାର ଜଣେ ଯୁବକ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଇପିଲି ଜଗନ୍ନାଥ ( ୩୫)।
ଜଗନ୍ନାଥ ଓ ତାଙ୍କ ସ୍ତ୍ରୀ ସରିତାଙ୍କ ମଧ୍ୟରେ ପୂର୍ବରୁ ପାରିବାରିକ ଅଶାନ୍ତି ଲାଗି ରହିଥିଲା। ଏଥିପାଇଁ ସରିତା କିଛିଦିନ ହେଲା ଦୁଇ ପୁଅଙ୍କୁ ନେଇ ବାପଘର କୁକୁଡ଼ାଖଣ୍ଡିରେ ରହୁଥିଲେ। ଅପରାହ୍ନରେ କୌଣସି କଥାକୁ ନେଇ ଜଗନ୍ନାଥ ଶ୍ୱଶୁର ଘରକୁ ଯାଇ ଗଣ୍ଡଗୋଳ କରିଥିଲେ। ପରେ ଶାଶୁ ଓ ସ୍ତ୍ରୀଙ୍କୁ ମାରପିଟ୍‌ କରିଥିଲେ। ଏ ନେଇ ଶାଶୁ ଓ ସ୍ତ୍ରୀ ସରିତା ବ୍ରହ୍ମପୁର ସଦର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ। ଏହି ସମୟରେ ଜଗନ୍ନାଥ ଗୋପୀନାଥପୁର ଛକରେ ଥିବା ଏକ ଗ୍ୟାରେଜକୁ ଆସିଥିଲେ। ସେଠାରେ ଭିତରପଟୁ କବାଟ ବନ୍ଦ କରି ଏକ ପିସ୍ତଲରୁ ନିଜ ବେକକୁ ଗୁଳି ଚଳାଇଥିଲେ। ଖବର ପାଇ ହିଞ୍ଜିଳି ଥାନା ଆଇଆଇସି ଅଭିମନ୍ୟୁ ଦାସ ଓ ପୋଲିସ ଟିମ୍‌ ତହସିଲଦାର ପ୍ରଭାତ କୁମାର ପରିଡ଼ାଙ୍କ ଉପସ୍ଥିତିରେ ବନ୍ଦ ଥିବା ଗ୍ୟାରେଜର କବାଟ ଭାଙ୍ଗି ମୃତଦେହକୁ ବାହାର କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି। ତେବେ ପାରିବାରିକ ଅଶାନ୍ତିରୁ ଜଗନ୍ନାଥ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri