ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିବା ଘଟଣା : ତଦନ୍ତ ପାଇଁ ୫ ଜଣିଆ ଟିମ୍‌ ଗଠନ

ପୁରୀ ଅଫିସ, ୪।୪: ଶ୍ରୀମନ୍ଦିର ରୋଷଘର ଚୁଲିକୁ ରବିବାର କିଛି ଦୁର୍ବୃତ୍ତ ଭଙ୍ଗି ଦେଇଥିଲେ। ଏହି ଘଟଣା ଗଣମଧ୍ୟମରେ ପ୍ରକାଶିତ ପରେ ପ୍ରଶାସନ ପକ୍ଷରୁ ତ୍ପରତା ଦେଖା ଦେଇଛି। ଏ ନେଇ ସିଂହଦ୍ୱାର ଥାନାରେ ସୋମବାର ମାମଲା ରୁଜୁ ପରେ ଘଟଣାର ତଦନ୍ତ ପାଇଁ ୫ଜଣିଆ ଟିମ୍‌ ଗଠନ ହୋଇଛି । ଅନ୍ୟପକ୍ଷେ ଲାଗିଥିବା ସମସ୍ତ ସିସିଟିଭି କ୍ୟାମେରାକୁ ଯାଞ୍ଚ କରାଯାଉଛି ବୋଲି ପୁରୀ ଏସ୍‌ପି କେ. ବିଶାଲ ସିଂହ କହିଛନ୍ତି । ଶ୍ରୀମନ୍ଦିର ରୋଷଘର ଭିତରେ ଚୁଲି ଭଙ୍ଗା ଘଟଣାରେ ଆଇପିସିର ଦଫା ୪୨୭, ୨୯୫, ୨୯୫ (କ) ,ଶ୍ରୀମନ୍ଦିର ପ୍ରଶାସନର ଆଇନ ୩୦(କ) ୪(ବି)ରେ ମାମଲା ରୁଜୁ ହୋଇଛି । ତଦନ୍ତ ପାଇଁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ସବୁ ଦିଗରୁ ତଦନ୍ତ ଚାଲିଛି। ଏଭଳି ସମ୍ବେଦଶୀଳ ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri