ଅପରାହ୍ନ ୩ଟା ୩୦ରେ ରୁକୁଣା ରଥ ଟଣା

ପୁରୁଣା ଭୁବନେଶ୍ୱର,୬ା୪ (ଡି.ଏନ୍‌.ଏ.): ଆସନ୍ତା ୯ତାରିଖ ଅର୍ଥାତ୍‌ ଶନିବାର ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ମଙ୍ଗଳବାର ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସ ପରିସରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ଆସନ୍ତା ଶନିବାର ଅପରାହ୍ନ ୩ଟା ୩୦ରେ ରଥ ଟଣା ଯିବା ସହ ଗୋଟିଏ ଦିନରେ ରାମେଶ୍ୱର ମନ୍ଦିରରେ ରଥ ପହଞ୍ଚିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଗତ ବର୍ଷ କୋଭିଡ୍‌ ମହାମାରୀ ପାଇଁ ନିର୍ଦ୍ଦିଷ୍ଟ ସଂଖ୍ୟକ ସେବାୟତ ଓ ପୋଲିସ ରଥ ଟାଣିଥିବା ବେଳେ ଚଳିତ ବର୍ଷ ଭକ୍ତମାନେ ରଥ ଟାଣିବାରେ ସୁଯୋଗ ପାଇପାରିବେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମନ୍ଦିର ଟ୍ରଷ୍ଟୀ ଅବନୀକାନ୍ତ ପଟ୍ଟନାୟକ, ଜୋନ-୨ ଏସିପି ଅନିରୁଦ୍ଧ ରାଉତ, ଲିଙ୍ଗରାଜ ଥାନା ଆଇଆଇସି ଶରତ ଚନ୍ଦ୍ର ପାତ୍ର, ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ଭବାନୀ ପ୍ରସାଦ ମିଶ୍ର, ବଡୁ ନିଯୋଗ ସଭାପତି ଅଞ୍ଚଳ ବଡୁ, ସମ୍ପାଦକ କମଳାକାନ୍ତ ବଡୁଙ୍କ ସମତେ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ନେତ୍ର ଉତ୍ସବରେ ହେବ ମରୀଚକୁଣ୍ଡ ପାଣି ନିଲାମ
କୋଭିଡ୍‌ ପାଇଁ ଗତ ୨ବର୍ଷ ଧରି ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରିଚୀ କୁଣ୍ଡ ପାଣି ନିଲାମ ହୋଇପାରି ନ ଥିଲା। ଚଳିତ ବର୍ଷ ଏହି ପାଣି ନିଲାମ ପାଇଁ ବିଏମ୍‌ସି ପକ୍ଷରୁ ସବୁଜ ସଙ୍କେତ ମିଳିଛି। ନେତ୍ରାତ୍ସବ ଅର୍ଥାତ୍‌ ରଥଯାତ୍ରା ପୂର୍ବ ରାତିରେ ରଥ ପ୍ରତିଷ୍ଠା ପାଇଁ ବିଧି ମୁତାବକ ମରିଚୀ କୁଣ୍ଡରୁ ପ୍ରଥମ ଗରା ପାଣି ଆସିବା ପରେ ସେଠାରେ ନିଲାମ ହେବ। ଅସ୍ଥାୟୀ ଗାଧୁଆ ଘର, ଆଲୋକୀକରଣ ବ୍ୟବସ୍ଥା ସହ ପୋଲିସ ମୁତୟନ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri