Posted inଜାତୀୟ

ଶରଦ ପାଓ୍ବାରଙ୍କ ରାତ୍ର ଭୋଜନରେ ସଞ୍ଜୟ-ଗଡକରୀ ସାମିଲ

ନୂଆଦିଲ୍ଲୀ,୬।୪: ମହାରାଷ୍ଟ୍ରର ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏନ୍‌ସିପି ମୁଖ୍ୟ ଶରଦ ପାୱାର ମଙ୍ଗଳବାର ରାଜଧାନୀ ଦିଲ୍ଲୀର ଜନପଥ ୬ସ୍ଥିତ ତାଙ୍କ ବାସଭବନରେ ମହାରାଷ୍ଟ୍ରର ବିଧାୟକଙ୍କ ପାଇଁ ଏକ ରାତ୍ର ଭୋଜନର ଆୟୋଜନ କରିଥିଲେ। ଏହି ପାର୍ଟିରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓ ଶିବସେନା ମୁଖପାତ୍ର ସଞ୍ଜୟ ରାଉତଙ୍କ ସମେତ ଅନେକ ନେତା ଯୋଗଦେଇଥିଲେ। ସୂଚନା ମୁତାବକ ଶରଦ ପାୱାରଙ୍କୁ ୟୁପିଏର ଅଧ୍ୟକ୍ଷ କରିବାକୁ ନେଇ ଏକ ଅଭିଯାନ ଚାଲିଛି। ଯଦିଓ ସେ ନିଜେ ଏହି ବିଷୟରେ ଅନିଚ୍ଛା ପ୍ରକାଶ କରିଛନ୍ତି। କିନ୍ତୁ ତାଙ୍କ ଘରେ ନେତାଙ୍କ ଏହି ସମାବେଶକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଲାଗି ରହିଛି। ଅନ୍ୟପଟେ ଏହି ରାତ୍ରୀ ଭୋଜନ ଏଭଳି ଦିନରେ ଆୟୋଜନ ହୋଇଥିଲା ଯେତେବେଳେ ଶିବସେନା ନେତା ସଞ୍ଜୟ ରାଉତଙ୍କ ପରିସରରେ ଇଡି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ସୂଚନାଯୋଗ୍ୟ, ଲୋକ ସଭା ସଚିବାଳୟ ଦ୍ୱାରା ଆୟୋଜିତ ହୋଇଥିବା ୨ ଦିନିଆ ଅରିଏଣ୍ଟେଶନ୍‌ ପ୍ରୋଗ୍ରାମରେ ଭାଗ ନେବାକୁ ମହାରାଷ୍ଟ୍ରର ବିଧାୟକମାନେ ରାଜଧାନୀ ଦିଲ୍ଲୀରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri