୫ ଦିନିଆ ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତରଙ୍କ ଦ୍ୱିତୀୟ ସ୍ତ୍ରୀ

ଭୁବନେଶ୍ୱର,୭ା୪(ବ୍ୟୁରୋ): ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଦ୍ୱିତୀୟ ସ୍ତ୍ରୀ କମଳା ସ୍ବାଇଁ। କମଳାଙ୍କୁ ପୋଲିସ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଭୁବନେଶ୍ୱର ଏସ୍‌ଡିଜେଏମ ଅନୁମତି ଦେଇଛନ୍ତି।

କମଳାଙ୍କୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ ହୋଇଥିଲା।କୋର୍ଟ କେବଳ ୫ ଦିନ ରିମାଣ୍ଡ ଅନୁମତି ଦେଇଛନ୍ତି।  ରମେଶଙ୍କ ଆକାଉଣ୍ଟରୁ କମଳାଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ସୋମବାର ନକଲି ଡାକ୍ତରଙ୍କ ଦ୍ୱିତୀୟ ସ୍ତ୍ରୀ କମଳାଙ୍କୁ ଝାଡ଼ଖଣ୍ଡରୁ ଗିରଫ କରିଥିଲା କମିଶନରେଟ ପୋଲିସ ଟିମ୍‌। ରମେଶଙ୍କ କାରନାମା ପରଠାରୁ ଗୁଜରାଟର ଜାମନଗରରେ କାର୍ଯ୍ୟରତ କମଳା ଫେରାର ଥିଲେ । ରାଜ୍ୟ ତଥା ରାଜ୍ୟ ବାହାରେ ତାଙ୍କୁ ଖୋଜୁଥିବା ପୋଲିସ ଶେଷରେ ଗିରଫ କରିବାରେ ସକ୍ଷମ ହୋଇଥିଲା। କମଳା ରମେଶଙ୍କ ଅର୍ଥ କାରବାର ବୁଝୁଥିଲେ।

୧୯ ମହିଳାଙ୍କ ସ୍ବାମୀ ରମେଶ ୧୯୮୨ ମସିହାରେ ପ୍ରଥମ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀଙ୍କଠାରୁ ତାଙ୍କର ୩ ପିଲା ଅଛନ୍ତି। ସେମାନେ ସମସ୍ତେ ଡାକ୍ତର। ୨୦୦୨ ମସିହାରେ ସେ କମଳାଙ୍କୁ ଦ୍ୱିତୀୟ ବିବାହ କରିଥିବା ବେଳେ ତାଙ୍କର ଦୁଇ ପିଲା ଅଛନ୍ତି।

କମଳାଙ୍କ ପରେ ସେ ଆଉ ୧୭ ମହିଳାଙ୍କୁ ବିବାହ କରିଥିଲେ। ରମେଶ କମଳାଙ୍କ ଜାଣତରେ ଅନ୍ୟ ମହିଳାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରୁଥିଲେ। ଏଥିରେ ରମେଶଙ୍କୁ ଭରପୁର ସାହାଯ୍ୟ, ସହଯୋଗ ଯୋଗାଇ ଆସୁଥିଲେ କମଳା। କେବଳ କମଳା ନୁହନ୍ତି, ରମେଶଙ୍କ ଏହି ଅପରାଧରେ ତାଙ୍କ ଭଉଣୀ ଓ ଡ୍ରାଇଭର ମଧ୍ୟ ତାଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରୁଥିଲେ।ଏଥିସହ ରମେଶ ଲୁଟୁଥିବା ସୁନାଗହଣା, ଟଙ୍କାଙ୍କୁ ସମସ୍ତେ ବାଣ୍ଟି ନେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri