Posted inଭଦ୍ରକ

ମଧ୍ୟାହ୍ନଭୋଜନ ଖାଇଲେ ଛାତ୍ରୀଛାତ୍ର

ଆରଡ଼ି, ୭ା୪ (ଡି.ଏନ.ଏ.): କୋଭିଡ୍‌ ଯୋଗୁ ଦୁଇବର୍ଷ ହେଲା ବିଦ୍ୟାଳୟର ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନ ଖାଇବାରୁ ବଞ୍ଚିତ ହୋଇଥିଲେ। ଚଳିତମାସ ୨ ତାରିଖରୁ ଛାତ୍ରୀଛାତ୍ରଙ୍କ ପାଇଁ ପୁନଃ ମଧ୍ୟାହ୍ନଭୋଜନ ପ୍ରସ୍ତୁତ ହେବ ବୋଲି ଗଣଶିକ୍ଷା ବିଭାଗ ସ୍ପଷ୍ଟ କରିବା ସହ ଏ ସମ୍ପର୍କିତ ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଆଖଣ୍ଡଳମଣି ନୋଡାଲ ଓ ମଠଡିହ ନୋଡାଲ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟର ଅଧୀନରେ ଥିବା କେତୋଟି ସ୍କୁଲକୁ ଛାଡ଼ି ପ୍ରାୟ ସମସ୍ତ ସ୍କୁଲରେ ଚାଉଳ ଯୋଗାଣ ହୋଇ ନ ଥିବାରୁ ୩ ଦିନ ଧରି ମଧ୍ୟାହ୍ନଭୋଜନ ପ୍ରସ୍ତୁତ ହୋଇ ନ ଥିଲା। ଏ ସମ୍ପର୍କରେ ‘ରନ୍ଧା ହେଲାନି ମଧ୍ୟାହ୍ନଭୋଜନ’ ଶୀର୍ଷକ ଖବର ମଙ୍ଗଳବାର ଧରିତ୍ରୀରେ ପ୍ରକାଶ ପରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପଦକ୍ଷେପ ନିଆଯାଇଛି। ବୁଧବାର ୨ କ୍ଲଷ୍ଟର ଅଧୀନରେ ଥିବା ସମସ୍ତ ସ୍କୁଲରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରାଯାଇଥିଲା। ଦୁଇବର୍ଷ ପରେ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନରେ ଭାତ ଓ ଅଣ୍ଡା ତରକାରୀ ଖାଇଥିଲେ। ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚାଉଳ ଯୋଗାଣକାରୀ ସଂସ୍ଥାର କର୍ମକର୍ତ୍ତାଙ୍କୁ ୨ କ୍ଲଷ୍ଟରରେ ଥିବା ସମସ୍ତ ସ୍କୁଲକୁ ତୁରନ୍ତ ଚାଉଳ ଯୋଗାଇବାକୁ କୁହାଯାଇଥିଲା। ଫଳରେ ବୁଧବାର ସକାଳୁ ସମସ୍ତ ବିଦ୍ୟାଳୟକୁ ୨ ବସ୍ତା ଲେଖାଏ ଚାଉଳ ଯୋଗାଇ ଦିଆଯାଇଛି। ୨/୩ ଦିନ ପରେ ଏସବୁ ସ୍କୁଲକୁ ମାସକ ପାଇଁ ଆଗୁଆ ଚାଉଳ ଯୋଗାଣ କରାଯିବ ବୋଲି ଯୋଗାଣକାରୀ ସଂସ୍ଥା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri