ଅଭିଯୁକ୍ତ ଶ୍ରୀକୃଷ୍ଣଙ୍କ ଲାଗି କଠୋର ଜାମିନ ସର୍ତ୍ତ

ଛତ୍ରପୁର,୭ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ଅର୍ଥତତ୍ତ୍ୱ ଚିଟଫଣ୍ଡ ମୁଖ୍ୟ ପ୍ରଦୀପ ସେଠୀଙ୍କ ସହ ଅଭିଯୁକ୍ତ ଶ୍ରୀକୃଷ୍ଣ ପାଢ଼ୀଙ୍କ ତରଫରୁ ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଜାମିନ ଆବେଦନ କରାଯାଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଗତ ଫେବୃୟାରୀ ୨୮ରେ ଅର୍ଥତତ୍ତ୍ୱ ଗ୍ରୁପର ଅନ୍ୟତମ ନିର୍ଦେଶକ ଶ୍ରୀକୃଷ୍ଣ ପାଢ଼ୀଙ୍କୁ ଜାମିନ ପ୍ରଦାନ କରିବାକୁ ଛତ୍ରପୁର ଏସ୍‌ଡିଜେଏମ କୋର୍ଟରେ ଆବେଦନ କରାଯାଇଥିଲା। ବର୍ତ୍ତମାନ ଇନଚାର୍ଜ ଏସ୍‌ଡିଜେଏମ ଥିବା ପ୍ରଜ୍ଞା ପାରମିତା ପ୍ରତିହାରୀ ଉକ୍ତ ଜାମିନ ଆବେଦନ ଶୁଣାଣି କରିଥିଲେ। ଏହି ମାମଲାରେ ସରକାରଙ୍କ ପକ୍ଷ ରଖୁଥିବା କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ମୁତାବକ ଶ୍ରୀକୃଷ୍ଣ ପାଢ଼ୀ ପ୍ରତି ତାରିଖରେ ନିମ୍ନ କୋର୍ଟରେ ହାଜର ରହିବେ, ପ୍ରଦୀପ ସେଠୀଙ୍କ ପାଇଁ ଥିବା କଠୋର ସର୍ତ୍ତ ଶ୍ରୀକୃଷ୍ଣଙ୍କ ପାଇଁ ମଧ୍ୟ ରଖାଯାଉ ବୋଲି ଯୁକ୍ତି ଉପସ୍ଥାପନ କରିଥିଲେ। ଯେପରିକି ତାଙ୍କ ପାସପୋର୍ଟ ଜବତ କରିବା, ବାହାରକୁ ଯିବା ସମୟରେ ଛତ୍ରପୁର ଏସଡିଜେଏମଙ୍କ ଅନୁମତି ନେବା, ଉପରୋକ୍ତ ମାମଲାରେ ଏକଲକ୍ଷ ଟଙ୍କା ଜାମିନ ବଣ୍ଡ ଓ ଦୁଇ ଜାମିନଦାର ଦେଲେ ଜାମିନ ମିଳିବ ସେହି ସବୁ ସର୍ତ୍ତ ରଖାଯାଉ ବୋଲି ଯୁକ୍ତି ଉପସ୍ଥାପନ ହୋଇଥିଲା। ଉକ୍ତ ଯଥାର୍ଥ ଯୁକ୍ତି ସବୁ ଗ୍ରହଣ ହୋଇ ଶ୍ରୀକୃଷ୍ଣଙ୍କୁ ଜାମିନ ପ୍ରଦାନ କରାଯାଇଥିଲା।
ସୂଚନାଯୋଗ୍ୟ, ଅର୍ଥତତ୍ତ୍ୱ ଗ୍ରୁପର ବିଭିନ୍ନ ଚିଟଫଣ୍ଡ ମାମଲାରେ ଅଭିଯୁକ୍ତ ଭାବେ ୨୦୧୩ ମେ ୩୦ ତାରିଖରୁ ଏ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ପାଢ଼ୀ ଜେଲରେ ବିଚରାଧୀନ କଏଦୀ ଭାବେ ଅଛନ୍ତି। ଛତ୍ରପୁରରେ ଅର୍ଥତତ୍ତ୍ୱ ଚିଟଫଣ୍ଡ ସଂସ୍ଥାର ଏକ ଅସ୍ଥାୟୀ କାର୍ଯ୍ୟାଳୟ ଥିଲା। ସେଠାରେ କଣମଣା ଗ୍ରାମର ଦେବରାଜ ସାହୁ ୨୦୧୦ ଡ଼ିସେମ୍ବର ୧ ତାରିଖରେ ଏକଲକ୍ଷ ଟଙ୍କା ଜମା କରିଥିଲେ। ପରେ ଏହି ସଂସ୍ଥା ବନ୍ଦ ହେବା ସହ ରାତାରାତି ଜମାଟଙ୍କା ହଡ଼ପ କରିଥିବା ଅଭିଯୋଗକ୍ରମେ ଛତ୍ରପୁର ଥାନାରେ ନଂ.୬୮/୨୦୧୩ରେ ମାମଲା ପଞ୍ଜିକୃତ ହୋଇଥିଲା ଓ ଜିଆର ୧୩୫/୧୩ରେ ଛତ୍ରପୁର କୋର୍ଟରେ ଉକ୍ତ ମାମଲା ବିଚରାଧୀନ ରହିଛି। ଗତବର୍ଷ ଛତ୍ରପୁର ଏସଡ଼ିଜେଏମ କୋର୍ଟରେ ଶ୍ରୀକୃଷ୍ଣ ପାଢ଼ୀଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା । ପରେ ସେ ଏଡିଜେ କୋର୍ଟରେ ଆବେଦନ କରିଥିଲେ ମଧ୍ୟ ତାହା ଖାରଜ ହୋଇଥିଲା । ଏହା ବିରୋଧରେ ସେ ଉଚ୍ଚନ୍ୟାୟାଳୟରେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri