Posted inRasifala

ରାଶିଫଳ: ଶୁକ୍ରବାର , ଏପ୍ରିଲ ୮ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ କରିବା ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କ୍ରୀଡ଼ା, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ବ୍ୟବସାୟରେ ସଫଳତା ହାସଲ କରିବେ। ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
କୌଣସି ନୀଚଜାତିର ବ୍ୟକ୍ତିଙ୍କ ଦ୍ୱାରା ସମାଲୋଚିତ ହୋଇପାରନ୍ତି। ପାରସ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରିଆସିବ। କର୍ମକ୍ଷେତ୍ରରେ କେହିଜଣେ ପ୍ରତିବାଦର ସ୍ବର ଉଠାଇ କାମରେ ବିଘ୍ନ ଘଟାଇବାର ସୂଚନା ରହିଛି । କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ବୁଝାମଣାର ଅଭାବ ମାନସିକ ଅଶାନ୍ତିର କାରଣ ହେବ। ଆଜି ଖର୍ଚ୍ଚାନ୍ତ ହେବେ ସିନା ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉପର ଅଧିକାରୀମାନଙ୍କ ଦ୍ୱାରା ମାନସିକ ଚାପ ବୃଦ୍ଧି ପାଇବ। ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ଦିନଟି ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ ରହିବ।
କନ୍ୟା
ଟେନ୍ସନ ଲାଗିରହିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ବନ୍ଧୁ ଗହଣରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଦୀର୍ଘଦିନରୁ ସନ୍ଧାନ ପାଉ ନ ଥିବା ତଥା ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
ତୁଳା
ତୁଳା
ଆଜିର ଫେରନ୍ତା ବାଟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଉପର ଅଧିକାରୀଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସହକର୍ମୀମାନଙ୍କ କୃତ ମିଥ୍ୟା ଗୁଜବ ମନକୁ ଆନ୍ଦୋଳିତ କରିପାରେ। ପରିବାର ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ବିଛା
ବିଛା
ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ରହିବ ନାହିଁ । ତଥାପି କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାର ସୂଚନା ରହିଛି । ଭୂମି, ନିର୍ମାଣାଧୀନ କାର୍ଯ୍ୟ, ଗାଡିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ। ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା ମଧ୍ୟରେ ମହିଳାମାନଙ୍କର ଖାଦ୍ୟପେୟ ଠିକ୍‌ ରହି ନ ପାରେ।
ଧନୁ
ଧନୁ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବା ସକାଶେ ବହୁତ ହଇରାଣ ହେବାକୁ ପଡ଼ିବ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ ପ୍ରମୋଦର ମଉକା ଜୁଟିପାରେ। ପାଖ ପଡ଼ୋଶୀଙ୍କ ସାହାଯ୍ୟ ହେତୁ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ।
ମକର
ମକର
ସାଙ୍ଗସାଥୀ, ପଡ଼ୋଶୀ ତଥା ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ମନ ଦେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରିବ। କୌଣସି ମୂଲ୍ୟବାନ ଜିନିଷ ପରକୁ ଦେଇ ଆବଶ୍ୟକ ସମୟରେ ପାଇବେ ନାହିଁ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ ।
କୁମ୍ଭ
କୁମ୍ଭ
ସତ କହି ବନ୍ଧୁଙ୍କ ବିରାଗ ଭାଜନ ହୋଇପାରନ୍ତି। ସତର୍କତା ଅଭାବରୁ ହାତ, ପାଦରେ ଆଘାତ ଲାଗିବାର ଆଶଙ୍କା ରହିଛି। ସହକର୍ମୀ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି କେତେକ ଅସୁବିଧାଜନକ ସ୍ଥିତି ସୃଷ୍ଟି କରିବ। ନିଜ ପରିସରର ବ୍ୟକ୍ତିଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
ବିଭିନ୍ନ ପାରିବାରିକ ସମସ୍ୟା ମଧ୍ୟରେ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ସମ୍ପର୍କୀୟଙ୍କ ବିରୋଧାଚରଣ ନୂତନ ସମସ୍ୟାକୁ ଜନ୍ମ ଦେଇପାରେ। କେତେକ କ୍ଷେତ୍ରରେ ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟ, ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri