ଆମେରିକା ସୁପ୍ରିମକୋର୍ଟର ପ୍ରଥମ ଅଣଶ୍ୱେତାଙ୍ଗ ମହିଳା ବିଚାରପତି ହେଲେ କେତନଜି ବ୍ରାଉନ ଜ୍ୟାକସନ

ୱାଶିଂଟନ,୮ ।୪: ଇତିହାସ ରଚିଲେ ଜଣେ ଅଣଶ୍ୱେତାଙ୍ଗ ମହିଳା । ଆମେରିକା ସୁପ୍ରିମକୋର୍ଟରେ ପ୍ରଥମ ଅଣଶ୍ୱେତାଙ୍ଗ ମହିଳା ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି କେତନଜି ବ୍ରାଉନ ଜ୍ୟାକସନ । ସଂଯୁକ୍ତ ରାଷ୍ଟ୍ର ଆମେରିକାର ସିନେଟ ଗୁରୁବାର କେତନଜି ବ୍ରାଉନ ଜ୍ୟାକସନଙ୍କୁ ଦେଶର ସର୍ବୋଚ୍ଚ ନ୍ୟାୟାଳୟରେ ପ୍ରଥମ ଅଣଶ୍ୱେତାଙ୍ଗ ମହିଳା ବିଚାରପତି ବୋଲି ଘୋଷଣା କରିଛି ।
କେତନଜି ବ୍ରାଉନ ଜ୍ୟାକସନ ୮୩ ବର୍ଷିୟ ଜଷ୍ଟିଶ ଷ୍ଟିଫନ ବ୍ରେୟରଙ୍କ ସ୍ଥାନ ନେବେ । ସିନେଟରେ କେତନଜି ବ୍ରାଉନ ଜ୍ୟାକସନଙ୍କ ସପକ୍ଷରେ ୫୩ରୁ ୪୭ଟି ଭୋଟ ମିଳିଥିଲା । ଯାହାଫଳରେ ସେ ସର୍ବୋଚ୍ଚ ନ୍ୟାୟାଳୟ ପଦୋନ୍ନତି ହୋଇଥିବା ପ୍ରଥମ ଅଣଶ୍ୱେତାଙ୍କ ମହିଳା ପାଲଟି ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri