ମନୋରଞ୍ଜନ ମନସ୍କ ହେବ ଅନୁଗୋଳ

ଅନୁଗୋଳ ଅଫିସ,୮।୪ କରୋନା କଷଣ ଯୋଗୁ ଦୀର୍ଘ ୨ ବର୍ଷ ହେବ ସଜେଇ ହୋଇ ନ ଥିବା ମଞ୍ଚ ଶୁକ୍ରବାର ସଜ୍ଜିତ ହେବ। ଲାଇଟ୍‌, ସାଉଣ୍ଡ ସହ ଲୋକପ୍ରିୟ କଳାକାରମାନଙ୍କୁ ନେଇ କୋଳାହଳ ପରିବେଶ ଦେଖିବାକୁ ମିଳିବ। ସକାଳେ ଯୋଗ, ପ୍ରାଣାୟାମ ଓ ସନ୍ଧ୍ୟାରେ ଭଳିକି ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ୩ ଦିନ ଧରି ଅନୁଗୋଳ ଜିଲା ମହୋତ୍ସବ ପାଳନ ହେବାକୁ ଯାଉଥିବାରୁ ଏପରି ମନୋରଞ୍ଜନ ମନସ୍କ ହେବେ ସାରା ଅନୁଗୋଳ।
ଅନୁଗୋଳ ଜିଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ୮ରୁ ୧୦ ତାରିଖ ଯାଏ ହେବାକୁ ଥିବା ନବମ ଜିଲା ମହୋତ୍ସବ-୨୦୨୨ ପାଇଁ ପ୍ରସ୍ତୁତି ଶେଷ କରିଛି ପ୍ରଶାସନ। ଏହି ୩ ଦିନ ମଧ୍ୟରେ ସକାଳୁ ସନ୍ଧ୍ୟାଯାଏ ବିଭିନ୍ନ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ପଲିଶ୍ରୀ ମେଳା, ବିଶାଳ ଯୋଗ ଶିବିର, ସାରସ୍ବତ ସମ୍ମେଳନ ଓ ସାଂସ୍କୃତିକ ଭାବବିନିମୟ ଏହି କାର୍ଯ୍ୟସୂଚୀରେ ଅନ୍ତର୍ଭୁକ୍ତ ରହିଛି। ଅନୁଗୋଳ ଷ୍ଟାଡିୟମରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ ୮ ତାରିଖ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବ। ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ, ସମ୍ମାନିତ ଅତିଥି ଭାବେ ସମ୍ବଲପୁର ଏମ୍‌ପି ନୀତିଶ ଗଙ୍ଗଦେବ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ଜିଲା ପରିଷଦ ସଭାପତି ବବିତା ପ୍ରଧାନ, ଏମ୍‌ସିଏଲ୍‌ ମାନବ ସମ୍ବଳ ନିର୍ଦ୍ଦେଶକ କେଶବ ରାଓ, ନାଲ୍‌କୋ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀଧର ପାତ୍ର, ଓଏମ୍‌ସି ପରିଚାଳନା ନିର୍ଦ୍ଦେଶକ ବଲଓ୍ବନ୍ତ ସିଂ ଯୋଗଦେବାର କାର୍ଯ୍ୟସୂଚୀ ରହିଛି। ଜିଲାପାଳ ତଥା ଜିଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏଥିରେ ସଭାପତିତ୍ୱ କରିବେ। ସେହିପରି ୯ ତାରିଖ ଦ୍ୱିତୀୟ ଦିବସରେ ସନ୍ଧ୍ୟା ୬ଟାରେ ସାଧାରଣ ସଭା ଆୟୋଜିତ ହେବ। ଏଥିରେ ମୁଖ୍ୟଅତିଥି ଭାବେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳେଇ, ସମ୍ମାନିତ ଅତିଥି ଭାବେ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ଡ. ସାର୍ଥକ ଷଡ଼ଙ୍ଗୀ, ଅନୁଗୋଳ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଅକ୍ଷୟ କୁମାର ପଟ୍ଟନାୟକ, ଏସ୍‌ପି ଜଗମୋହନ ମୀନା, ବେଦାନ୍ତ ମାଇନ୍ସ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭି. ଶ୍ରୀକାନ୍ତ, ଜେଆଇଟିପିଏଲ୍‌ କାର୍ଯ୍ୟନିର୍ବାହୀ ନିଦ୍ଦେର୍ଶକ ପୁନିତ୍‌ ଗୁପ୍ତା, କେପିସିଏଲ୍‌ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସି.ଏମ୍‌. ଦିବାକର ଯୋଗଦେବେ। ଜିଲାପାଳ ସଭାପତିତ୍ୱ କରିବେ। ଉଦ୍‌ଯାପନୀ ସମାରୋହ ୧୦ ତାରିଖ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବ। ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଳ, ରାଜ୍ୟ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ମୀନକେତନ ଅମାନ୍ତ, ତାଳଚେର ସୁପର ଥର୍ମାଲ ପାଓ୍ବାର ଷ୍ଟେଶନ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ କେ. ଶ୍ରୀନିବାସ ରାଓ, ଜେଏସ୍‌ପିଏଲ୍‌ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହ୍ରିଦୟେଶ୍ୱର ଝା, ଟାଟା ଷ୍ଟିଲ୍‌ ଉପସଭାପତି ସୁବୋଧ ପାଣ୍ଡେ, ସିଙ୍ଗ୍ରାଣି କଲିୟର୍ସ କମ୍ପାନୀ ବିତ୍ତ, ଯୋଜନା ଓ ପ୍ରକଳ୍ପ ନିର୍ଦ୍ଦେଶକ ଏନ୍‌. ବଳରାମ ଯୋଗଦେବେ। ଜିଲାପାଳ ସଭାପତିତ୍ୱ କରିବେ। ଏଥିସହ ପ୍ରତିଦିନ ସନ୍ଧ୍ୟାରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ହୋଇଛି। ବଲିଉଡ ଓ ଓଲିଉଡର ପରିଚିତ ଗାୟକମାନେ ଏଥିରେ ସଙ୍ଗୀତ ପରିବେଷଣ କରିବେ। ଟ୍ରାଫିକ ପରିଚାଳନା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଥିବାବେଳେ ଦୈନିକ ଏକ ହଜାର ଦର୍ଶକ ଷ୍ଟାଡିୟମ ମଧ୍ୟରେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri