ବିଜେଡି ୨, କଂଗ୍ରେସ ଗୋଟିଏ ଆସନ ଦଖଲ

ନୂଆପଡ଼ା ଅଫିସ,୮।୪: ନୂଆପଡା ଜିଲାର ୩ଟି ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ ଗୁରୁବାର ଶେଷ ହୋଇଛି। ୨ଟିରେ ବିଜେଡି ଓ ଗୋଟିଏରେ କଂଗ୍ରେସ ଦଖଲ କରିଛି। ନୂଆପଡା ଏନ୍‌ଏସିରେ ଉପାଧ୍ୟକ୍ଷଭାବେ ୱାର୍ଡ ନମ୍ବର ୩ର ବିଜେଡି ପ୍ରାର୍ଥତ୍ନୀ ସଞ୍ଜୁକ୍ତା ପଣ୍ଡା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଖରିଆର ରୋଡ ଏନ୍‌ଏସିରେ ଉପାଧ୍ୟକ୍ଷ ପଦ ଲାଗି ନିର୍ବାଚନ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ନିଶାନ୍ତ ଡାଗା ନିର୍ବାଚିତ ହୋଇଛନ୍ତି। ଏଠାରେ ଭାଜପା ଓ ବିଜେଡି ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ଭାଜପା ପକ୍ଷରୁ ୱାର୍ଡ ନମ୍ବର ୪ର ସନ୍ଦିପ ଶର୍ମା ଏବଂ ବିଜେଡି ପକ୍ଷରୁ ୱାର୍ଡ ନମ୍ବର ୮ର ନିଶାନ୍ତ ଡାଗା ନାମାଙ୍କନ ଦାଖଲ କରିଥିଲେ। ବିଜେଡି ପ୍ରାର୍ଥୀ ଡାଗା ୧୦ଖଣ୍ଡ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଶର୍ମା ୯ ଖଣ୍ଡ ଭୋଟ ପାଇଥିଲେ।

ଖଡିଆଳ ଏନ୍‌ଏସିରେ ଉପାଧ୍ୟକ୍ଷ ପଦବୀ ପାଇଁ କଂଗ୍ରେସ ପ୍ରାର୍ଥୀ ୱାର୍ଡ ନମ୍ବର ୭ର କାଉନସିଲର ସକୁନ୍ତଳା ରାଉତ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପକ୍ଷରୁ ୱାର୍ଡ ନମ୍ବର ୧ର ସୁଚିସ୍ମିିତା ମହାରଣା ନାମାଙ୍କନ ଦାଖଲ କରିଥିଲେ। କଂଗ୍ରେସ ପ୍ରାର୍ଥୀଙ୍କ ସପକ୍ଷରେ ୬ ଖଣ୍ଡ ଭୋଟ ପଡିଥିବା ବେଳେ ବିଜେଡି ପ୍ରାର୍ଥୀ ପାଇଥିଲେ ୫ଖଣ୍ଡ ଭୋଟ। ଫଳରେ ଗୋଟିଏ ଭୋଟରେ କଂଗ୍ରେସ ପ୍ରାର୍ଥୀ ସକୁନ୍ତଳା ରାଉତ ବିଜୟୀ ହୋଇଥିଲେ। ଭାଜପାର ୨ଜଣ କାଉନସିଲର ଅନୁପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri