କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ସମୟ ବଢ଼ିଲା

ଭୁବନେଶ୍ୱର,୯।୪(ବ୍ୟୁରୋ): କୋଭିଡ୍‌-୧୯ରେ ମୃତ୍ୟୁ ପାଇଁ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଉଛି। ଏହା ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ଯୋଗାଇ ଦିଆଯାଉଛି। ଯେଉଁ ବ୍ୟକ୍ତିମାନେ ୨୦୨୨ ମାର୍ଚ୍ଚ ୨୦ କିମ୍ବା ଏହା ପୂର୍ବରୁ କୋଭିଡ୍‌ରେ ପ୍ରାଣ ହରାଇଛନ୍ତି ଏବଂ ସେମାନଙ୍କ ନିକଟତମ ସମ୍ପର୍କୀୟମାନେ ଯଦି ଏହି ସହାୟତା ରାଶି ପାଇନାହାନ୍ତି ସେମାନଙ୍କ ପାଇଁ ଆବେଦନ ସମୟ ବଢ଼ାଯାଇଛି। ସେମାନେ ଆବେଦନ ପତ୍ର/ଦରଖାସ୍ତ ଓ ଆବଶ୍ୟକ ଦସ୍ତାବିଜ ସହିତ ଜିଲାପାଳଙ୍କୁ ଅଫ୍‌ଲାଇନ କିମ୍ବା ଅନ୍‌ଲାଇନରେ http://caps.odisha.gov.in ୱେବ୍‌ସାଇଟ୍‌ ଜରିଆରେ ଆସନ୍ତା ୬୦ ଦିନ ଅର୍ଥାତ୍‌ ୨୦୨୨ ମେ ୨୮ ମଧ୍ୟରେ ଆବେଦନ କରିପାରିବେ। ଯଦି କୌଣସି ବ୍ୟକ୍ତିଙ୍କ ୨୦୨୨ ମାର୍ଚ୍ଚ ୨୦ ପରେ ମୃତ୍ୟୁ ଘଟିଛି କିମ୍ବା ଯଦି କେହି ଭବିଷ୍ୟତରେ କୋଭିଡ୍‌ରେ ମୃତ୍ୟୁ ଘଟେ ସେମାନଙ୍କ ଆତ୍ମୀୟସ୍ବଜନ ସହାୟତା ରାଶି ଲାଗି ଆବେଦନ କରିପାରିବେ। ଏଥିଲାଗି ମୃତ୍ୟୁ ଘଟିଥିବା ଦିନଠାରୁ ୯୦ ଦିନ ମଧ୍ୟରେ ଆବେଦନ ପତ୍ର/ଦରଖାସ୍ତ ଓ ଆବଶ୍ୟକ ଦସ୍ତାବିଜ୍‌ ସହିତ ଜିଲାପାଳଙ୍କୁ ଅଫ୍‌ଲାଇନ କିମ୍ବା ଅନ୍‌ଲାଇନରେ http://caps.odisha.gov.in ୱେବ୍‌ସାଇଟ୍‌ ଜରିଆରେ ଆବେଦନ କରିପାରିବେ। କୌଣସି ଅସୁବିଧା କିମ୍ବା ଦୁରବସ୍ଥା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଉପରୋକ୍ତ ଧାର୍ଯ୍ୟ ସମୟସୀମା ମଧ୍ୟରେ ଯଦି କୌଣସି ଆବେଦନକାରୀ ଏହି ସହାୟତା ନିମନ୍ତେ ଆବେଦନ କରିବାରେ ବିଫଳ ହୁଅନ୍ତି ତେବେ ସେମାନେ ପ୍ରତ୍ୟେକ ଜିଲାରେ ଗଠନ କରାଯାଇଥିବା ଗ୍ରିଭାନ୍ସ ରିଡ୍ରେସାଲ କମିଟି ମାଧ୍ୟମରେ ଆବେଦନ କରିପାରିବେ। ପ୍ରତ୍ୟେକ ଗ୍ରିଭାନ୍ସ ରିଡ୍ରେସାଲ କମିଟି ଆବେଦନକାରୀଙ୍କ ତଥ୍ୟ ଆଧାରରେ ଆବଶ୍ୟକ ଯାଞ୍ଚ ଏବଂ ତଦନ୍ତ କରି ଉପଯୁକ୍ତ ପଦକ୍ଷେପ ନେବେ। ମୃତକଙ୍କ ଆତ୍ମୀୟସ୍ବଜନଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଏହି ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ଆବଶ୍ୟକସ୍ଥଳେ ଜନସାଧାରଣ ଦେୟମୁକ୍ତ ସଂଯୋଗ ହେଲ୍‌ପଲାଇନ ନମ୍ବର ୧୫୫୩୫କୁ ଯୋଗାଯୋଗ କରି ସହାୟତା ନେଇପାରିବେ ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri