ଗୋଚର ଜମିରେ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ

ରଗଡି,୯ା୪(ଡି.ଏନ.ଏ.): କଟକ ବନଖଣ୍ଡ ଯାଜପୁର ରୋଡ୍‌ ରେଞ୍ଜ ପଛିକୋଟ ଡିପିଏଫ ଅଧୀନ ରଗଡ଼ି ବିଟ୍‌ ନିକଟରେ ସଂରକ୍ଷିତ ଗୋଚର ଜମି(ଖାତା ନଂ. ୩୯୩ ପ୍ଲଟ ସଂଖ୍ୟା ୧୭୬୬)ରେ ଏକ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ କରାଯାଉଛି। ଏହି ବେଆଇନ କାର୍ଯ୍ୟକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ ପଛିକୋଟ ଡିପିଏଫ୍‌ ଅଧୀନରେ ୭୫୦ ହେକ୍ଟରରୁ ଊର୍ଦ୍ଧ୍ୱ ଜଙ୍ଗଲ ଜମି ରହିଥିବା ବେଳେ ସେଥିରୁ ପ୍ରାୟ ୩୦% ଜମିକୁ କିଛି ଗୋଷ୍ଠୀ ଜବରଦଖଲ କରି ନେଲେଣି। ତାହାକୁ ଉଚ୍ଛେଦ କରିବାକୁ ବନବିଭାଗ ସାହସ ଜୁଟାଇ ପାରୁନାହିଁ। ଏଭଳିସ୍ଥଳେ ରଗଡି ଛକ ନିକଟରେ ଥିବା ବିଟ୍‌ ହାଉସ୍‌ଟି ସମ୍ପୂର୍ଣ୍ଣ ଗୋଚର ଜମିରେ ଅସ୍ଥାୟୀ ଭାବେ ଚାଲିଆସୁଛି। ତାହାକୁ ବନବିଭାଗ ନିଜ ହାତକୁ ନେବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିନାହିଁ। କିନ୍ତୁ ଏବେ ସେହି ଗୋଚର ଜମିରେ କିପରି ଜଣେ ଠିକାଦାର ବ୍ୟାସନଗର ତହସିଲ ଅଫିସ୍‌ ଅଗୋଚରରେ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ କରୁଛନ୍ତି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜଙ୍ଗଲ ଜମି ଛାଡି ସଂରକ୍ଷିତ ଗୋଚର ଜମିରେ ବନବିଭାଗ ଜବରଦସ୍ତ କିଭଳି ଏହି ଅଟ୍ଟାଳିକା ନିର୍ମାଣ କରୁଛି ତାହାକୁ ନେଇ ଖୁବ୍‌ଶୀଘ୍ର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ରଗଡ଼ି ଅଞ୍ଚଳର କେତେଜଣ ସଚେତନ ନାଗରିକ କହିଛନ୍ତି। ବ୍ୟାସନଗର ଅତିରିକ୍ତ ତହସିଲଦାର ବିକ୍ରମ କୁମାର ମଲ୍ଲିକଙ୍କୁ ପଚାରିବାରୁ ଏନେଇ କୌଣସି ଖବର ନ ଥିବା କହିଛନ୍ତି। ଅନ୍ୟପକ୍ଷରେ ଯାଜପୁର ରୋଡ୍‌ ବନାଞ୍ଚଳ ଅଧିକାରୀ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ପଚାରିବାରୁ ପୂର୍ବରୁ ଅନୁମତି ମିଳିଥିଲା। ଏବେ ସେମିତି କିଛି ଅନୁମତି ନାହିଁ ବୋଲି ସେ ସ୍ବୀକାର କରିଛନ୍ତି। ତେବେ ରାଜସ୍ବ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri