ମାର୍ଚ୍ଚ ୩୧ ସୁଦ୍ଧା ୫୭,୨୨,୩୦୪ ଏମ୍‌ଟି ଖରିଫ ଧାନ ସଂଗ୍ରହ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ୨୦୨୨ ମାର୍ଚ୍ଚ ୩୧ରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଶେଷ ହୋଇଛି। ଏହି ସମୟରେ ୫୭ ଲକ୍ଷ ୨୨ ହଜାର ୩୦୪ ମେଟ୍ରିକ୍‌ ଟନ(ଏମ୍‌ଟି) ଧାନ ସଂଗ୍ରହ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟର ପଞ୍ଜୀକୃତ ଓ ଯାଞ୍ଚ ହୋଇଥିବା ଚାଷୀଙ୍କ ନିକଟରୁ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ପ୍ରଦାନ କରି ୧୧ ହଜାର ୧୦୧ କୋଟି ୨୭ ଲକ୍ଷ ଟଙ୍କାର ଖରିଫ ଧାନ ସଂଗ୍ରହ କରାଯାଇଛି। ସମସ୍ତ ୩୦ ଜିଲାରୁ ଧାନ ସଂଗ୍ରହ କରାଯାଇଥିବାବେଳେ ଯାଞ୍ଚ ହୋଇଥିବା ଚାଷୀଙ୍କ ମଧ୍ୟରୁ ୧୨ ଲକ୍ଷ ୯୨ ହଜାର ୭୩୨ ଜଣ ସେମାନଙ୍କର ଖରିଫ୍‌ ଧାନ ବିକ୍ରୟ କରିଛନ୍ତି। ତନ୍ମଧ୍ୟରେ ୧୦ ଲକ୍ଷ ୯୨ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ରହିଛନ୍ତି। ଏମାନଙ୍କ ମଧ୍ୟରେ ୪ ଲକ୍ଷ ୭୦ ହଜାର କ୍ଷୁଦ୍ର ଏବଂ ୬ ଲକ୍ଷ ୨୨ ହଜାର ନାମମାତ୍ର ଚାଷୀ ଖରିଫ ଧାନ ବିକ୍ରି କରିଛନ୍ତି।
୨୦୨୦-୨୧ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ୧୧ ଲକ୍ଷ ୯୧ ହଜାର ଚାଷୀ ଧାନ ବିକ୍ରି କରିଥିବାବେଳେ ୨୦୨୧-୨୨ରେ ୧୨ ଲକ୍ଷ ୯୨ ହଜାର ୭୩୨ ଜଣ ଚାଷୀ ଖରିଫ୍‌ ଧାନ ବିକ୍ରି କରିଛନ୍ତି। ୨୦୧୮-୧୯ ତୁଳନାରେ ୨୦୧୯-୨୦, ୨୦୨୦-୨୧ ଏବଂ ୨୦୨୧-୨୨ ଖରିଫ ବର୍ଷରେ ଧାନ ସଂଗ୍ରହରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଭାଗୀଦାରିତାରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରକାଶ କରିଛନ୍ତି ା ୨୦୧୮-୧୯ରେ ୫ ଲକ୍ଷ ୬୦ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରି କରିଥିବାବେଳେ ୨୦୧୯-୨୦ରେ ୭ ଲକ୍ଷ ୨୨ ହଜାର, ୨୦୨୦-୨୧ରେ ୯ ଲକ୍ଷ ୭ ହଜାର ଏବଂ ୨୦୨୧-୨୨ରେ ୧୦ ଲକ୍ଷ ୯୨ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରୟ କରିଛନ୍ତି। ୨୦୧୮-୧୯ ବର୍ଷର ଖରିଫ୍‌ ଧାନ ସଂଗ୍ରହ ତୁଳନାରେ ୨୦୨୧-୨୨ ଖରିଫ୍‌ ଧାନ ସଂଗ୍ରହରେ ୯୫ ପ୍ରତିଶତ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରୟ କରିଛନ୍ତି ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି ା ସେହିପରି ୨୦୨୦-୨୧ ତୁଳନାରେ ୨୦୨୧-୨୨ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ୨୦ ପ୍ରତିଶତ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରି କରିଛନ୍ତି। ସୂଚନାଯୋଗ୍ୟ, ଅଧିକ ଖରିଫ ଧାନ ସଂଗ୍ରହ ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବରଗଡ଼, କଳାହାଣ୍ଡି, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ବଲାଙ୍ଗୀର, ସୁନ୍ଦରଗଡ଼, କୋରାପୁଟ ଓ ବାଲେଶ୍ୱର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri