ବୁଷ୍ଟର ଡୋଜ୍‌ ଆରମ୍ଭ…

ନୂଆଦିଲ୍ଲୀ, ୧୦।୪ : ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କରୋନା ଟିକାର ତୃତୀୟ ଡୋଜ ଭାବେ ବୁଷ୍ଟର ଡୋଜ୍‌ ପ୍ରଦାନ ରବିବାରଠାରୁ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାକୁ ପ୍ରତିଷେଧକ ଡୋଜ( ପ୍ରିକ୍ୱେଶନ ଡୋଜ) ଭାବେ ନାମିତ କରାଯାଇଛି। ଏସମ୍ପର୍କରେ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କହିଛନ୍ତିି ଯେ, ଏହି ବୁଷ୍ଟର ଡୋଜ୍‌ ଆବଶ୍ୟକ ଫି ପୈଠ କରି ଲୋକେ ଘରୋଇ ହସ୍ପିଟାଲରୁ ନେଇ ପାରିବେ।

ଦେଶରେ କରୋନା ମହାମାରୀର ଏକ୍‌ଇ ଭାରିଆଣ୍ଟ୍‌ ସଂକ୍ରମଣ ବୃଦ୍ଦି ପାଉଥିବାରୁ ସୁରକ୍ଷା ଦୃଷ୍ଟିରୁ ବୁଷ୍ଟର ଡୋଜ୍‌ ଜରୁରୀ। ସ୍ବାସ୍ଥ୍ୟକର୍ମୀ ଏବଂ ୬୦ ବୟସରୁ ଅଧିକ ବୟସ୍କଙ୍କୁ ଏହା ମାଗଣାରେ ଦିଆଯିବ। ମାତ୍ର ଅନ୍ୟମାନଙ୍କୁ ଏଥିପାଇଁ ଆବଶ୍ୟକ ଦେୟ ପୈଠ କରିବାକୁ ପଡ଼ିବ। ଏହା ଘରୋଇ ହସ୍ପିଟାଲରେ ଉପଲବ୍ଧ ହେବ। ୧୮ ବୟସରୁ ଅଧିକ ବୟସ୍କ ଯେଉଁମାନେ ୯ ମାସ ତଳେ ଦ୍ୱିତୀୟ ଡୋଜ ନେଇଛନ୍ତି ସେମାନେ ତୃତୀୟ ଡୋଜ ଭାବେ ବୁଷ୍ଟର ନେଇ ପାରିବେ। ଉଭୟ କୋଭିଶିଲ୍ଡ ଏବଂ କୋଭାକ୍ସିନ ପ୍ରତିଷେଧକ ଡୋଜ ବା ବୁଷ୍ଟର ଡୋଜ ଦାମ ଘରୋଇ ହସ୍ପିଟାଲରେ ୨୨୫ ଟଙ୍କାରେ ମିଳିବ। ଏହା ଉପରେ ୧୫୦ ଟଙ୍କାର ସର୍ଭିସ ଚାର୍ଜ ମଧ୍ୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri