ବାଇଡେନ୍‌ଙ୍କ ସହ ଆଲୋଚନା କଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୧।୪: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ସୋମବାର ୪୭ ଦିନରେ ପହଞ୍ଚିଥିବା ବେଳେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଭର୍ଚୁଆଲ ଆଲୋଚନା ଅନୁଷ୍ଠିତ ହୋଇଛି। ୟୁକ୍ରେନ୍‌ ଜନସାଧାରଣଙ୍କ ସୁରକ୍ଷା ଏବଂ ସେମାନଙ୍କ ପାଇଁ ନିରବଚ୍ଛିନ୍ନ ମାନବୀୟ ସହାୟତା ପ୍ରେରଣ ଉପରେ ଭାରତ ଗୁରୁତ୍ୱ ଦେଇଛି। ଯୁଦ୍ଧ କ୍ଷତିଗ୍ରସ୍ତ ୟୁକ୍ରେନ୍‌କୁ ଭାରତ ଔଷଧ ଓ ରିଲିଫ ସହାୟତା ଯୋଗାଇ ଦେଉଛି। ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଆଲୋଚନା ଶାନ୍ତି ଫେରାଇ ଆଣିବା ନେଇ ଭାରତ ଆଶାବାଦୀ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ବୁଚା ସହରରେ ନିରୀହ ଲୋକଙ୍କୁ ହତ୍ୟା କରାଯିବା ଘଟଣାକୁ ଭାରତ ତୁରନ୍ତ ନିନ୍ଦା କରିବା ସହ ଏହାର ଉପଯୁକ୍ତ ତଦନ୍ତ ଦାବି କରିଥିଲା ବୋଲି ମୋଦି ବାଇଡେନ୍‌ଙ୍କୁ କହିଛନ୍ତି। ସୂଚନାଯୋଗ୍ୟ, ରୁଷିଆରୁ ଭାରତ ତେଲ କିଣିବା ନିଷ୍ପତ୍ତି ସମେତ ୟୁକ୍ରେନ୍‌ ସଙ୍କଟ ବେଳେ ନୂଆଦିଲ୍ଲୀର ଆଭିମୁଖ୍ୟକୁ ନେଇ ଓ୍ବାଶିଂଟନ ଅସନ୍ତୋଷ ବ୍ୟକ୍ତ କରିଆସିଛି। ଯୁଦ୍ଧକୁ ନେଇ ଭାରତର ପ୍ରତିକ୍ରିୟା ସମ୍ପର୍କରେ ମୋଦି କହିଥିଲେ, ସେ ଅନେକ ଥର ରୁଷିଆ ଓ ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ଓ ଶାନ୍ତି ଫେରାଇ ଆଣିବା ପାଇଁ ଅନୁରୋଧ କରିଛନ୍ତି। ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ସହ ସିଧାସଳଖ କଥା ହେବା ପାଇଁ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ପରାମର୍ଶ ଦେଇଥିଲେ ବୋଲି ଭର୍ଚୁଆଲ ବୈଠକରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri