‘ଫନି’ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ: ୩୦ହଜାର ଲୋକ ସ୍ଥାନାନ୍ତର ହେବେ; ସମସ୍ତ ବିଭାଗୀୟ ଅଧିକାରୀଙ୍କ ଛୁଟି ବାତିଲ

ଭଦ୍ରକ ଅଫିସ, ୧ା୫- ଭଦ୍ରକ ଜିଲା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହ ଠାରେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ସଭାପତିତ୍ୱରେ ବାତ୍ୟା ‘ଫନି’ର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ସନ୍ଧ୍ୟାରେ  ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨ ତାରିଖ ସନ୍ଧ୍ୟା କିମ୍ବା ୩ ତାରିଖରେ ଓଡିଶାର ସ୍ଥଳଭାଗକୁ ଛୁଇଁବାର ସମ୍ଭାବନା ଥିବା ଏହି ବାତ୍ୟା ଭଦ୍ରକ ଜିଲା ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଥିବାର ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ୧୮୦ ରୁ ୨୦୦ କି.ମି. ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ଏହାକୁ ନେଇ ଜିଲାର ୧୦୦ ଟି ବାତ୍ୟାଶ୍ରୟ ସ୍ଥଳକୁ ପ୍ରସ୍ତୁତ ରଖିବା ସହ ଆବଶ୍ୟକ ସ୍ଥଳେ ମାଗଣା ରନ୍ଧା ଖାଦ୍ୟ ପ୍ରଦାନ ପାଇଁ ପ୍ରସ୍ତୁତ ହୋଇ ରହିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦୁଝର ଜିଲାର ଉପରିଭାଗରେ ପ୍ରବଳ ବୃଷ୍ଟିପାତର ସମ୍ଭାବନାକୁ ଆଖିଆଗରେ ରଖି ସାଳନ୍ଦୀ ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ଭଦ୍ରକ ପୌରପାଳିକା ଓ ସଦର ବ୍ଲକର ବିଭିନ୍ନ ପାଣି ଅବରୋଧ କରୁଥିବା ଜାଗାକୁ ଚିହ୍ନଟ କରି ଯୁଦ୍ଧକାଳୀନ ଭିତ୍ତିରେ ବୁଧବାର ସକାଳ ଠାରୁ ସଫା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସମୂଦ୍ରକୂଳିଆ ମତ୍ସଜୀବୀମାନଙ୍କୁ ବିପଦ ସଙ୍କେତ ଦର୍ଶାଯାଇ ବୁଧବାର ସୁଦ୍ଧା କୂଳକୁ ଫେରାଇ ଆଣିବା ପାଇଁ ଜିଲା ମତ୍ସ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମୂଦ୍ର ଉପକୂଳବର୍ତ୍ତୀ ୧୦ କି.ମି. ଭିତରେ ଥିବା ଅସୁରକ୍ଷିତ ଗ୍ରାମର ୩୦ ରୁ ୪୦ ହଜାର ଗ୍ରାମବାସୀ ମାନଙ୍କୁ ଆବଶ୍ୟକସ୍ଥଳେ ବାତ୍ୟାଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରିବା ପାଇଁ ବାତ୍ୟାଶ୍ରୟସ୍ଥଳୀ ସହ ଜଡିତ ଥିବା ସ୍ବେଚ୍ଛାସେବୀ ଅନୁଷ୍ଠାନ, ଓସ୍‌ଡମାର ତାଲିମଦାତା ସ୍ବେଚ୍ଛାସେବୀ ସମେତ ବ୍ଲକ ପ୍ରଶାସନିକ ଅଧିକାରୀଙ୍କୁ ଯୋଜନା ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଗେଲପୁର ଠାରେ ଏକ ଓଡ୍ରାଫ୍‌ ଟିମ୍‌ ପ୍ରସ୍ତୁତ ହୋଇ ରହିଥିବା ସୂଚନା ଦିଆଯାଇଛି। ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଏସ୍‌ପି କୈଳାଶ ଚନ୍ଦ୍ର ପରିଡା, ଜିଲା ଜରୁରୀକାଳୀନ ଅଧିକାରୀ ଜୟଶ୍ରୀ ସେନାପତି, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ମିଶ୍ର, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରା, ଜିଲା ଅଗ୍ନିଶମ ବିଭାଗୀୟ ଅଧିକାରୀ, ଜିଲା ଶିକ୍ଷାଧିକାରୀ, ସାଳନ୍ଦୀ ଜଳସେଚନ ବିଭାଗ ନିର୍ବାହୀଯନ୍ତ୍ରୀ ତଥା ବିଭିନ୍ନ ବ୍ଲକର ବିଡିଓ, ତହସିଲଦାର ଓ ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri