Posted inଜାତୀୟ

କଣ୍ଟ୍ରାକ୍ଟର ଆତ୍ମହତ୍ୟା ଘଟଣା: କ୍ୟାବିନେଟ୍‌ ମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ବେଙ୍ଗାଲୁରୁ,୧୩।୪: କଣ୍ଟ୍ରାକ୍ଟର ସନ୍ତୋଷ ପାଟିଲଙ୍କ ମୃତ୍ୟୁ ଘଟଣାରେ କର୍ନାଟକ କ୍ୟାବିନେଟ ମନ୍ତ୍ରୀ କେ.ଏସ ଇଶ୍ୱରପ୍ପାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମୃତକଙ୍କ ଭାଇ ପ୍ରଶାନ୍ତ ଇଶ୍ୱରପ୍ପାଙ୍କ ବିରୋଧରେ ଅଭିଯୋଗ କରିଥିଲେ। ମାମଲା ରୁଜୁ ପରେ କର୍ନାଟକର ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ କହିଛନ୍ତି, ଇଶ୍ୱରପ୍ପାଙ୍କ ସହ ଏହି ପ୍ରସଙ୍ଗରେ ଆଲୋଚନା କରାଯିବ। ଅନୁସନ୍ଧାନ ପରେ ସତ୍ୟ ପଦାକୁ ଆସିବ। ଆଇନ ଅନୁଯାୟୀ ତଦନ୍ତ କରାଯିବ ଏବଂ ଆମେ ଏଥିରେ ହସ୍ତକ୍ଷେପ କରିବୁ ନାହିଁ। ଏଥିସହିତ ଇଶ୍ୱରପ୍ପା କହିଛନ୍ତି ଯେ ଯଦି ମୁଖ୍ୟମନ୍ତ୍ରୀ କୁହନ୍ତି ତେବେ ସେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିବେ।
ସୂଚନାଯୋଗ୍ୟ, କର୍ନାଟକ ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତ ରାଜମନ୍ତ୍ରୀ କେ.ଏସ.ଇୱାରପ୍ପାଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆଣିଥିବା କଣ୍ଟ୍ରାକ୍ଟର ସନ୍ତୋଷ ପାଟିଲଙ୍କ ମୃତଦେହ ଏମ୍ରିଲ ୧୨ରେ ଉଡୁପିର ଏକ ହୋଟେଲରୁ ମିଳିଥିଲା। ସେ ହିନ୍ଦୁ ଯୁବ ବାହିନୀର ଜାତୀୟ ସଚିବ ମଧ୍ୟ ଥିଲେ। କଣ୍ଟ୍ରାକ୍ଟର ସନ୍ତୋଷ ପାଟିଲ ଗ୍ରାମାଞ୍ଚଳ ଓ ପଞ୍ଚାୟତରାଜ ବିଭାଗର ୪ କୋଟି ଟଙ୍କାର ଗୋଟିଏ କାମ ନେଇଥିଲେ। ଏହି କାମ ପାଇଁ ମନ୍ତ୍ରୀ ଈଶ୍ୱରପ୍ପାଙ୍କ ସହଯୋଗୀମାନେ ତାଙ୍କୁ ୪୦% କମିସିନ ଦେବାକୁ କହିଥିଲେ। ତେବେ ଜୀବନ ହାରିବା ପୂର୍ବରୁ ସନ୍ତୋଷ ନିଜର ବନ୍ଧୁ ଓ ମିଡିଆକୁ ମେସେଜ କରିଥିଲେ ଯେ ତାଙ୍କ ମୃତ୍ୟୁ ପାଇଁ ମନ୍ତ୍ରୀ ଇଶ୍ୱରପ୍ପା ହିଁ ଦାୟୀ। ଈଶ୍ୱରପ୍ପାଙ୍କ ପାଇଁ କଣ୍ଟ୍ରାକ୍ଟର ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଉଡୁପି ପୋଲିସ ମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ କରିଛି। ଆଇପିସିର ଧାରା ୩୦୬ ଅନୁଯାୟୀ ମାମଲା କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri