ୟୁକ୍ରେନକୁ ୭୫୦ ମିଲିୟନ୍‌ ଡଲାର ସହାୟତା ଯୋଗାଇଦେବ ଆମେରିକା

ଓ୍ବାଶିଂଟନ୍‌,୧୩।୪: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇତିମଧ୍ୟରେ ଏକ ଆଶ୍ୱସ୍ତି ଖବର ସାମ୍ନାକୁ ଆସିଛି। ଖୁବ୍‌ଶୀଘ୍ର ୟୁକ୍ରେନକୁ ୭୫୦ ମିଲିୟନ ଡଲାର ସାମରିକ ସହାୟତା ଘୋଷଣା କରିପାରେ ଆମେରିକା। ଆମେରିକାର ଜଣେ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୱାଶିଂଟନ ପୋଷ୍ଟ ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଛି ଯେ, ୟୁକ୍ରେନକୁ ଦିଆଯାଉଥିବା ଅସ୍ତ୍ରଶସ୍ତ୍ରର ପରିସରକୁ ବିସ୍ତାର କରିବା ଲାଗି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନ ପ୍ରସ୍ତୁତ ରହିଛି। ତେବେ ଅଧିକାରୀଙ୍କ ଅନୁଯାୟୀ, ସେମାନଙ୍କର ପ୍ରାଥମିକ ଯୋଜନାରେ ରାସାୟନିକ, ଜୈବିକ କିମ୍ବା ଆଣବିକ ଆକ୍ରମଣ ଘଟଣାରେ କର୍ମଚାରୀଙ୍କୁ ସୁରକ୍ଷା ଦେବା ପାଇଁ ହୋଓ୍ବଜର ତୋପ, ଉପକୂଳ ପ୍ରତିରକ୍ଷା ଡ୍ରୋନ ଏବଂ ପ୍ରତିରକ୍ଷା ସୁଟ ସାମିଲ କରାଯିବ। ହେଲେ ଏପର୍ଯ୍ୟନ୍ତ ସୁନିଶ୍ଚିତ ହୋଇନାହିଁ ଯେ, ଏହି ସମସ୍ତ ସାମଗ୍ରୀ ଚୂଡ଼ାନ୍ତ ପ୍ୟାକେଜରେ ସାମିଲ କରାଯିବ କି ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri