ରାଜଧାନୀ ପ୍ରତିଷ୍ଠା ଦିବସକୁ ଡକାଗଲା ନାହିଁ: ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଅପରାଜିତା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବୁଧବାର ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସ। ଦୁଇ ବର୍ଷ ଧରି କରୋନା କଟକଣାକୁ ନେଇ ଉତ୍ସବ ପାଳନ ହୋଇ ନ ଥିବାବେଳେ ଚଳିତ ବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ହେଲେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଏହି ଉତ୍ସବକୁ ନିମନ୍ତ୍ରଣ ମିଳିନାହିଁ। ଏହାକୁ ନେଇ ଏମ୍‌ପି ଅସନ୍ତୋଷ ପ୍ରକାଶ କରିବା ସହ ଓଡ଼ିଶା ରାଜନୀତିରେ ତୁମ୍ବିତୋଫାନ ଆରମ୍ଭ ହୋଇଛି ।

ପ୍ରତିବର୍ଷ ଭୁବନେଶ୍ୱରର ପ୍ରତିଷ୍ଠା ଦିବସରେ ସ୍ଥାନୀୟ ଏମ୍‌ପିଙ୍କୁ ଆମନ୍ତ୍ରଣ କରାଯାଇଥାଏ । ହେଲେ ଚଳିତ ବର୍ଷ ତାଙ୍କ ନାମ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତ ନିମନ୍ତ୍ରଣ କାର୍ଡରେ ନ ଥିବାକୁ ନେଇ ଅପରାଜିତା ପ୍ରଶ୍ନ ଉଠାଇଥିଲେ। ବହୁ ରାଜନେତା ଓ ଅଧିକାରୀଙ୍କୁ ପ୍ରତିଷ୍ଠା ଦିବସ ପାଇଁ ନିମନ୍ତ୍ରଣ କରାଯାଇଥିଲେ ବି ତାଙ୍କୁ ଡକାଯାଇନାହିଁ। ଏହି ମହାନ ଦିବସ ଅବସରରେ ସେ ଉତ୍ସବରେ ଯୋଗଦେବାକୁ ଚାହୁଁଥିଲେ। ତାଙ୍କୁ କାହିଁକି ନିମନ୍ତ୍ରଣ କରାଗଲାନି, ତାଙ୍କର ଦୋଷ କ’ଣ ବୋଲି ଟୁଇଟ୍‌ କରି ସେ ପ୍ରଶ୍ନ କରିଥିଲେ । ଏନେଇ ସୋସିଆଲ ମିଡ଼ିଆରେ ଆଲୋଡ଼ନ ସୃଷ୍ଟି ହୋଇଥିବାବେଳେ ଅପରାଜିତାଙ୍କୁ ଡାକିବା ଉଚିତଥିଲା ବୋଲି ସମସ୍ତେ କହିଛନ୍ତି ।

ଏହି ଘଟଣାକୁ ନେଇ ଅପରାଜିତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରାଜଧାନୀ ପ୍ରତିଷ୍ଠା ଉତ୍ସବକୁ ଡକାଯାଇନଥିବାରୁ ସେ ଚିଠି ଲେଖିଛନ୍ତି । ରାଜଧାନୀର ଲୋକପ୍ରତିନିଧି ଭାବେ ଆମନ୍ତ୍ରଣ ପାଇବା ତାଙ୍କର ଅଧିକାର । ତେବେ ଏହା ସାମ୍ବିଧାନିକ ପଦବୀ ପାଇଁ ଅସମ୍ମାନ ବୋଲି ସେ କହିବା ସହ ଘଟଣାର ତଦନ୍ତ କରିବାକୁ କହିଛନ୍ତି । ଯେଉଁମାନେ ଦାୟୀ ସେମାନଙ୍କୁ ଚିହ୍ନଟ କରିବାକୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri