ନିଶାସକ୍ତ ଅବସ୍ଥାରେ ରକ୍ତଭଣ୍ଡାର କର୍ମଚାରୀ

ବ୍ରହ୍ମପୁର ଅଫିସ,୧୪।୪: ବ୍ରହ୍ମପୁର ବଡ ମେଡିକାଲ ରକ୍ତ ଭଣ୍ଡାରରେ ଜଣେ କର୍ମଚାରୀ ନିଶାସକ୍ତ ଅବସ୍ଥାରେ କାର୍ଯ୍ୟ କରୁଥିବା ନେଇ ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରଲ ହୋଇଥିଲା। କର୍ମଚାରୀ ଜଣଙ୍କ ନିଶାସକ୍ତ ଅବସ୍ଥାରେ ବିଭିନ୍ନ ଦାୟିତ୍ୱ ତୁଲାଉଥିବାରୁ ଶହଶହ ରୋଗୀଙ୍କ ଜୀବନ ପ୍ରତି ମଧ୍ୟ ବିପଦ ସୃଷ୍ଟି ହେଉଛି। ଏହି କର୍ମଚାରୀ ଜଣଙ୍କ ଲେବ୍ରୋରେଟୋରୀ ଟେକ୍‌ନିସିଆନ ଭାବେ ରକ୍ତଭଣ୍ଡାରରେ କାମ କରୁଛନ୍ତି। ବୁଧବାର ସେ ରକ୍ତଭଣ୍ଡାର ଭିତରେ ଥିବା ଏକ କୋଠରୀରେ ଜଣେ ସେବିକାଙ୍କ ନିକଟରେ ବସିଥିବା ବେଳେ କିଛି ଜଣ ତାଙ୍କ ହାବଭାବ ଦେଖି ସେ ନିଶାସକ୍ତ ଥିବା ଜାଣିପାରିଥିଲେ। ଏ ନେଇ ସେଠାରେ ଥିବା କେତେକ ରୋଗୀ ସମ୍ପର୍କୀୟ ଉକ୍ତ କର୍ମଚାରୀଙ୍କୁ ପଚାରିିବାରେ ସେ ହଠାତ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ। ମୁଁ କୌଣସି ଭୂଲ କରିନାହିଁ ବୋଲି ଓଲଟା ପ୍ରଶ୍ନ କରିଥିଲେ। ଏହାପରେ ସେ ସେହି ସ୍ଥାନରୁ ଉଠି ବାହାରକୁ ଚାଲିଯାଇଥିଲେ।
ଏନେଇ ମେଡିକାଲ ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର କହିଛନ୍ତି, ସମ୍ପୃକ୍ତ କର୍ମଚାରୀ ଜଣଙ୍କ ରକ୍ତଭଣ୍ଡାରରେ ଠିକାରେ ଲେବୋରେଟୋରୀ ଟେକ୍ନିସିଆନ ଭାବେ କାମ କରୁଛନ୍ତି। ୬ ମାସ ତଳେ ସମ୍ପୃକ୍ତ କର୍ମଚାରୀ ଜଣଙ୍କ ରକ୍ତଭଣ୍ଡାରରେ ଏଭଳି କାରନାମା କରିଥିବାରୁ ଏମକେସିଜି କର୍ତ୍ତୃପକ୍ଷ ତାଙ୍କୁ କିଛି ଦିନ ପାଇଁ ନିଲମ୍ବିତ କରିଥିଲେ। ସେ ସୁଧୁରିଯିବେ ବୋଲି ପ୍ରତିଶ୍ରୁତି ଦେବା ପରେ ତାଙ୍କୁ ପୁଣି କାର୍ଯ୍ୟ କରିବାକୁ ଅନୁମତି ଦିଆଯାଇଥିଲା। ହେଲେ ବର୍ତ୍ତମାନ ପୁଣିଥରେ ସେ ନିଶାସକ୍ତ ହୋଇ କାର୍ଯ୍ୟ କରୁଥିବା ଏକ ଭିଡିଓ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି। ଏନେଇ ରକ୍ତଭଣ୍ଡାର ଅଧିକାରୀଙ୍କୁ ଘଟଣାର ତଦନ୍ତ କରି ଏକ ରିପୋର୍ଟ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୃକ୍ତ କର୍ମଚାରୀ ଜଣଙ୍କ ବିରୋଧରେ ରିପୋର୍ଟ ମିଳିବା ପରେ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବ ବୋଲି ଅଧୀକ୍ଷକ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri