ଭୁବନେଶ୍ୱର,୧୪।୪(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଅନୁମତି ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହାକୁ ନେଇ କଂଗ୍ରେସ ଶିବିର ଚଳଚଞ୍ଚଳ ରହିଥିବାବେଳେ ଗୁରୁବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ନିରଞ୍ଜନ କହିଛନ୍ତି, ଜଣେ ଯଦି ସଭାପତି ହେବ, ସେ କ’ଣ ସବୁଦିନ ପାଇଁ ସଭାପତି ହୋଇ ରହି ପାରିବ। କଂଗ୍ରେସରେ ଦୁଇତିନି ବର୍ଷ ଅନ୍ତରାଳରେ ପିସିସି ସଭାପତି ପରିବର୍ତ୍ତନ ହୁଏ। ରାଜ୍ୟ କଂଗ୍ରେସରେ ଏହି ପରିବର୍ତ୍ତନର ଆବଶ୍ୟକତା ରହିଛି। ଏହି ପରିବର୍ତ୍ତନ ଯେତେଶୀଘ୍ର ହେବ ସେତେ ଭଲ ହେବ। ସେହିପରି ନିଜ ଇସ୍ତଫା ନେଇ ନିରଞ୍ଜନ କହିଛନ୍ତି, ୨୦୧୯ରେ ଇସ୍ତଫା ଦେଇ ସାରିଛି। ଏକଥା ମୁଁ ଅସ୍ବୀକାର କରୁନି। କେବେ ନିଷ୍ପତ୍ତି ହେବ, ତାହା ଏଆଇସିସି ଉପରେ ନିର୍ଭର କରେ। ଯିଏ ଦଳକୁ ସମ୍ଭାଳି ପାରିବ ଓ ଦଳକୁ ଆହୁରି ଆଗକୁ ନେଇ ପାରିବ ସେପରି ଲୋକ ଦଳ ନେତୃତ୍ୱ ନେଲେ ଭଲ। ଆମ କଂଗ୍ରେସ ନେତାଙ୍କ ସଦ୍ବୁଦ୍ଧି ଥିବ ଓ ସଦ୍ବୁଦ୍ଧି ଯଦି ଏଆଇସିସି ନେତାଙ୍କର ଥିବ, ତେବେ ଉପଯୁକ୍ତ ବ୍ୟକ୍ତିକୁ ଦାୟିତ୍ୱ ଦେବେ।
ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ….
ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...
Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ
ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...
ଫ୍ରିଜ୍ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…
ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍ରେ...
ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…
ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...
କେତେ ହ୍ରାସ ପାଇବ ବିରାଟ-ରୋହିତଙ୍କ ଦରମା, ଆସିଲା ବଡ଼ ଅପଡେଟ୍, BCCIର ବୈଠକରେ…
ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ୩୧ତମ ବାର୍ଷିକ ସାଧାରଣ ବୈଠକ (AGM) ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥର ସବୁଠାରୁ...
ପାଇପ୍ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ
ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା...
୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ
ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...
ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ
ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...
Archives


