ବଢ଼ୁଛି କୋଭିଡ୍‌ ସଂକ୍ରମଣ

ନୂଆଦିଲ୍ଲୀ,୧୬।୪(ପି.ଟି.): ଭାରତର କେତେକ ସହରରେ କୋଭିଡ୍‌ ସଂକ୍ରମଣ ପୁଣିଥରେ ବଢ଼ିବା ଆରମ୍ଭ କରିଛି। ୯୪୯ ନୂଆ ମାମଲା ସହ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୧୧,୧୯୧କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି। ଦିଲ୍ଲୀରେ ଦୈନିକ ସଂକ୍ରମଣ ଓ ପଜିଟିଭିଟି ହାର ସାମାନ୍ୟ ବଢ଼ିଥିବାବେଳେ ହୋମ୍‌ ଆଇସୋଲେଶନ ମାମଲା ସଂଖ୍ୟା ପାଖାପାଖି ୪୮ ପ୍ରତିଶତ ବୃଦ୍ଧି ପାଇଛି। ଗୁରୁବାର ୩୨୫ ନୂଆ ମାମଲା ସହ ଦିଲ୍ଲୀରେ ହୋମ୍‌ ଆଇସୋଲେଶନ ମାମଲା ସଂଖ୍ୟା ୫୭୪ରେ ପହଞ୍ଚତ୍ଥିଲା। ଏପ୍ରିଲ ୧ରେ ଦିଲ୍ଲୀରେ କୋଭିଡ୍‌ ପଜିଟିଭିଟି ହାର ୦.୫୭ ପ୍ରତିଶତ ଥିବାବେଳେ ୧୪ ତାରିଖରେ ତାହା ୨.୩୯ ପ୍ରତିଶତକୁ ବୃଦ୍ଧି ପାଇଛି। ଦିଲ୍ଲୀ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପିଲାମାନଙ୍କ ପାଇଁ ଶୁକ୍ରବାର ଗାଇଡ୍‌ଲାଇନ ଜାରି ହୋଇଛି। ଆବଶ୍ୟକ ହେଲେ ଶିକ୍ଷାନୁଷ୍ଠାନ ଆଂଶିକ ବନ୍ଦ ହୋଇପାରେ। ସ୍କୁଲ୍‌ ବନ୍ଦ ଶେଷ ବିକଳ୍ପ ବୋଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କହିଛନ୍ତି। ପାଠ୍ୟକ୍ରମ ଶେଷ ଲାଗି ଗ୍ରୀଷ୍ମାବକାଶ ସମୟରେ ମଧ୍ୟ ପାଠପଢ଼ା ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri