କେଶରୀ ମଲ୍‌ରେ ନିଆଁ

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍‌ଡିଂସ୍ଥିତ ବିଏମ୍‌ସି କେଶରୀ ମଲ୍‌ରେ ଶୁକ୍ରବାର ରାତି ୧୧ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଲ୍‌ର ପ୍ରଥମ ମହଲାରେ ଥିବା ଅଜୟ ଗାର୍ମେଣ୍ଟର ପ୍ରାୟ ସମସ୍ତ ପୋଷାକ ପୋଡ଼ି ପାଉଁଶ ହୋଇଯାଇଛି। ଏହି ଦୋକାନକୁ ଲାଗି ରହିଥିବା ୟୁଥ୍‌ ସେସନ୍‌ରେ ମଧ୍ୟ ନିଆଁ ବ୍ୟାପିଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ଶର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ମଲ୍‌ର ୪ଟି ମହଲାରେ ୫୦ରୁ ଊର୍ଦ୍ଧ୍ୱ ଦୋକାନ ରହିଥିବାବେଳେ ସେଥିମଧ୍ୟରେ ଅଧିକାଂଶ ଡ୍ରେସ୍‌ ଦୋକାନ। ୬ଟି ଦୋକାନରେ ନିଆଁ ଲାଗିଥିବା ଜଣାପଡ଼ିଛି। ରାତି ଗୋଟାଏ ସୁଦ୍ଧା ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିଲେ। ନିଆଁକୁ ପ୍ରାୟତଃ ଆୟତ୍ତ କରାଯାଇଥିଲେ ମଧ୍ୟ ସମଗ୍ର ମଲ୍‌ ଧୂଆଁମୟ ରହିଥିଲା। ଦୋକାନ ବନ୍ଦ ପରେ ଅଗ୍ନିକାଣ୍ଡ ଘଟିଥିବାରୁ ମୃତାହତ ଭଳି ବଡ଼ ବିପଦ ଟଳିଯାଇଛି। ହେଲେ ବ୍ୟାପକ ପରିମାଣର ପୋଷାକ, ସାମଗ୍ରୀ ଓ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି।
ସୂଚନାନୁସାରେ ଶୁକ୍ରବାର ରାତି ୧୦ଟାରେ ମଲ୍‌ର ସମସ୍ତ ଦୋକାନ ବନ୍ଦ ହୋଇଥିଲା। ଦୋକାନ ମାଲିକମାନେ ଘରକୁ ପଳାଇ ଯାଇଥିଲେ। ରାତି ପ୍ରାୟ ୧୧ଟାରେ ମଲ୍‌ ଭିତରୁ ଧୂଆଁବାହାରିବା ସୁରକ୍ଷାକର୍ମୀ ଓ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଚାହୁଁ ଚାହୁଁ ଅଜୟ ଗାର୍ମେଣ୍ଟ ଜଳି ଉଠିଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ତେବେ ମଲ୍‌ରେ ଅଗ୍ନି ନିର୍ବାପନ ବ୍ୟବସ୍ଥା ଅଚଳ ଥିବାରୁ ଠିକ୍‌ ସମୟରେ ନିଆଁ ଲିଭାଯାଇପାରିଲା ନାହିଁ ବୋଲି ଜଣେ କ୍ଷତିଗ୍ରସ୍ତ ଦୋକାନୀ ଅଭିଯୋଗ କରିଛନ୍ତି। ମେଣ୍ଟେନାନ୍ସ ପାଇଁ ବ୍ୟାପକ ଟଙ୍କା ଦୋକାନୀଙ୍କଠାରୁ ନିଆଯାଉଥିବାବେଳେ ଅଗ୍ନିକାଣ୍ଡ ଭଳି ବିପତ୍ତିରୁ ବର୍ତ୍ତିବା ପାଇଁ କୌଣସି ବ୍ୟବସ୍ଥା ହେଉ ନ ଥିବା ସେ ଅଭିଯୋଗ କରିଛନ୍ତି। ଅଗ୍ନିକାଣ୍ଡ ପରେ ବିଧାୟକ ଅନନ୍ତ ନାରାୟଣ ଜେନା, ବିଏମ୍‌ସି ମେୟର ସୁଲୋଚନା ଦାସ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri